ହେଡଲାଇନସ୍:

ଲେଖାଶ୍ରୀ ହରାଇଛନ୍ତି ମାନସିକ ଭାରସାମ୍ୟ : ବିଜେଡି

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର : ବିଜେପି ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାର ତାଙ୍କର ମାନସିକ ଭାରସାମ୍ୟ ହରାଇବା ଭଳି ଲକ୍ଷ୍ୟ କରାଯାଉଛି । ଆମେ ବାରମ୍ବାର କହୁଛୁ ଯେ ଯଦି ତାଙ୍କ ପାଖରେ କିଛି ତଥ୍ୟ ପ୍ରମାଣ ରହିଛି ତେବେ ସେ ତାକୁ ଅଦାଲତରେ ଦାଖଲ କରନ୍ତୁ । ହେଲେ ସେ କୌଣସି ପ୍ରମାଣ ଦାଖଲ କରିପାରୁ ନାହାନ୍ତି ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଇସ୍ପିତା ସାହୁ ।

ସୁଶ୍ରୀ ସାହୁ କହିଛନ୍ତି ଯେ ରାଜ୍ୟ ସରକାର କେଉଁ ଆଇନ୍‍ଜୀବୀଙ୍କୁ ନିୟୋଜିତ କରିବେ ଲେଖାଶ୍ରୀଙ୍କୁ ପଚାରି କରିଥାଆନ୍ତେ । ଯେଭଳିକି ଏହାର ତଦନ୍ତ କିଭଳି ହେବ ତାହା ସ୍ଥିର କରିବା ଲେଖାଶ୍ରୀ ଚାହୁଁଥିଲେ । ଏହା ଦ୍ୱାରା ସେ ତଦନ୍ତକୁ ଦିଗହରା ଓ ବାଟବଣା କରିବାକୁ ଚାହୁଁଛନ୍ତି । ଏଭଳି କାର୍ଯ୍ୟପାଇଁ ସେ ଲଜ୍ଜିତ ହେବା ସହିତ ଓଡିଶାବାସୀଙ୍କ ନିକଟରୁ ଏଥିପାଇଁ କ୍ଷମା ମାଗିନେବା ଉଚିତ୍‍ । ବିଗତ ୨୧ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ପିପିଲି ଅଞ୍ଚଳରେ ବ୍ୟାପକ ବିକାଶ କାର୍ଯ୍ୟ ହୋଇଥିବାବେଳେ ଲେଖାଶ୍ରୀଙ୍କ ମନଗଢା କାହାଣୀ ଲୋକଙ୍କ ଉପରେ କୌଣସି ପ୍ରଭାବ ପକାଇବ ନାହିଁ । ଲେଖାଶ୍ରୀଙ୍କ ଉପରେ ଏବେ ଦୟା ଆସୁଛି । ବିଗତ ଦୁଇଟି ନିର୍ବାଚନରେ ବିଜେପି ତାଙ୍କୁ ଟିକେଟ ଦେଇନଥିବାରୁ କାଳେ ଟିକେଟ ମିଳିଯିବ ସେହି ଆଶାରେ ସେ ଏବେ ପିପିଲିରେ ନାକ ପୂରାଉଛନ୍ତି । ଜଣେ ମହିଳା ହିସାବରେ ମୁଁ ତାଙ୍କ ପ୍ରତି ସମବେଦନା ଜଣାଉଛି ବୋଲି କହିଛନ୍ତି ସୁଶ୍ରୀ ସାହୁ | 

0
0
0
s2sdefault