ହେଡଲାଇନସ୍:

୩୦ମିନିଟ ବିଜୁଳି ବନ୍ଦ କରି ଦରବୃଦ୍ଧିର ପ୍ରତିବାଦ କରିବା ପାଇଁ ପିସିସି ସଭାପତିଙ୍କ ଆହ୍ୱାନ 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର - ରାଜ୍ୟ ସରକାର ବିଦ୍ୟୁତ ଉପଭୋକ୍ତା ମାନଙ୍କ ଉପରେ ଅହେତୁକ ବିଜୁଳିଦର ୟୁନିଟ୍ ପ୍ରତି ୭ମାସ ମଧ୍ୟରେ ୫୦ ପଇସା ବୃଦ୍ଧି କରିବା ଅତ୍ୟନ୍ତ ଉଦ୍‌ବେଗଜନକ ଅଟେ ବୋଲି ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ପ୍ରକାଶ କରିଛନ୍ତି ।  କୋଭିଡ୍ ୧୯ ମହାମାରୀ ସମୟରେ ଲୋକମାନଙ୍କର ଆର୍ଥିକ ଅବସ୍ଥା ଦୟନୀୟ ହୋଇଥିବା ବେଳେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କର ପେଟ୍ରୋଲ ଡିଜେଲ ଓ ଗ୍ୟାସର ଦରବୃଦ୍ଧି ସାଙ୍ଗକୁ ଅତ୍ୟାବଶୀକୀୟ ସାମଗ୍ରୀର ଦରବୃଦ୍ଧି ହୋଇଥିବା ବେଳେ ବିଦ୍ୟୁତ ଦର ବୃଦ୍ଧି  ସାଧାରଣ ଜନତାଙ୍କ ଉପରେ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି । ଏହି ବିଜୁଳି ଦର ବୃଦ୍ଧି ରାଜ୍ୟ ସରକାରଙ୍କ  ଜନବିରୋଧି ନିଷ୍ପତି ଚିନ୍ତାଜନକ ଅଟେ ।  ଜନସାଧାରଣଙ୍କ ସ୍ୱାର୍ଥଲାଗି କଂଗ୍ରେସ ଦଳ ସଦାସର୍ବଦା କାର୍ଯ୍ୟକରି ଆସୁଛି । ସେଥିପାଇଁ ଏହି ବିଦ୍ୟୁତ ଦର ବୃଦ୍ଧିକୁ ବିରୋଧ କରି କଂଗ୍ରେସ ଦଳ ଏପ୍ରିଲ  ୪ ତାରିଖ, ରବିବାର ସନ୍ଧ୍ୟା ୬ ଘଟିକା ୩୦ ମିନିଟ୍‌ରୁ ୭ ଘଟିକା ପର୍ଯ୍ୟନ୍ତ (୩୦ ମିନିଟ୍‌) ବିଦ୍ୟୁତ ସରବରାହ ବନ୍ଦ କରିବାକୁ ନିଷ୍ପତି ନେଇଛି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି । ଏଣୁ ଦଳମତ ନିର୍ବିଶେଷରେ ରାଜ୍ୟ ସରକାରଙ୍କ ଜନବିରୋଧି ନିଷ୍ପତିକୁ ପ୍ରତ୍ୟାହାର ଲାଗି ଚାପ ପ୍ରୟୋଗ କରିବା ପାଇଁ ସମସ୍ତ ବିଦ୍ୟୁତ୍ ଉପଭୋକ୍ତା ଏବଂ କଂଗ୍ରେସ କର୍ମୀ ଓ ଜନସାଧାରଣଙ୍କ ସାହାଯ୍ୟ ସହଯୋଗ କାମନା କରି ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି ୪ ତାରିଖ ଦିନ ସଂଦ୍ଧ୍ୟାବେଳେ ବିପୁଳ ମାତ୍ରାରେ ମାତ୍ର ୩୦ ମି. ପାଇଁ ବିଦ୍ୟୁତ ବନ୍ଦ କରିବାକୁ ।

0
0
0
s2sdefault