ହେଡଲାଇନସ୍:

କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର : ସୌଜନ୍ୟତା ପ୍ରଦର୍ଶନ ପୂର୍ବକ ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରନା ଆକ୍ରାନ୍ତ ଅଜିତ  ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଏବେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏକଥା ଜାଣିବା ପରେ ତାଙ୍କ ଭାଇଙ୍କୁ ଫୋନ୍ ଅଜିତଙ୍କ ସ୍ୱାସ୍ଥ୍ୟବସ୍ଥା  ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଅଜିତ ମଙ୍ଗରାଜଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସୂଚନାଯୋଗ୍ୟ ଯେ,  ନିକଟରେ ପିପିଲିରେ ପ୍ରଚାର କରିବା ବେଳେ ହଠାତ୍ ଅସୁସ୍ଥ ହୋଇଥିଲେ ଅଜିତ ମଙ୍ଗରାଜ । ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ପରେ ସେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିଲେ | 

0
0
0
s2sdefault