ଭଦ୍ରକ(ସତ୍ୟ ଭୂଷଣ ସ୍ୱାମୀ) : ଜିଲ୍ଲା ସଂସ୍କୃତି ଭବନ ପରିସରରେ ଜିଲ୍ଲାର ପଛୁଆବର୍ଗ ଲୋକଙ୍କ ସାମାଜିକ ଓ ଶିକ୍ଷା ବ୍ୟବସ୍ଥାର ସର୍ଭେ କାର୍ଯ୍ୟ ନିମନ୍ତେ ନିଯୁକ୍ତ ପ୍ରଶିକ୍ଷକମାନଙ୍କର ଏକ ଜିଲ୍ଲାସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଡ. ଜ୍ଞାନ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କର୍ମଶାଳାରେ ଜିଲ୍ଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳମାନଙ୍କରୁ ଆସିଥିବା ମାଷ୍ଟର ଟ୍ରେନର ଭାବେ ବିଡିଓ ଓ ସମନ୍ୱିତ ଶିଶୁ ବିକାଶ ଯୋଜନାର ସୁଭରଭାଇଜରମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା । ଏହି ମାଷ୍ଟର ଟ୍ରେନରମାନେ ସେମାନଙ୍କ ବ୍ଲକ ତଥା ପୌରାଞ୍ଚଳରେ ସର୍ଭେ କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କୁ ପ୍ରଶିକ୍ଷିତ କରାଇବେ । ଏହି ସର୍ଭେ କାର୍ଯ୍ୟ ମେ ୧ ତାରିଖରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଶିକ୍ଷଣ କର୍ମଶାଳାରେ ଅତିରିକ୍ତ ଜିଲ୍ଲାପାଳ ଇନ୍ଦ୍ରମଣି ନାୟକ, ପ୍ରକଳ୍ପ ନିଦେ୍ର୍ଧଶକ ମଧୁସୂଦନ ଦାସ, ଉପଜିଲ୍ଲାପାଳ ପୀତାମ୍ବର ସାମଲ, ଅତିରିକ୍ତ ପ୍ରକଳ୍ପ ନିଦେ୍ର୍ଧଶକ ରାଜେନ୍ଦ୍ର ପଣ୍ଡା, ଅତରିକ୍ତ ଉପଜିଲ୍ଲାପାଳ ମନୋରମା ଭୁୟାଁ ପ୍ରମୁଖ ଯୋଗ ଦେଇ ମାଷ୍ଟର ଟ୍ରେନରଙ୍କୁ ପ୍ରଶିକ୍ଷିତ କରାଇଥିଲେ ।
ରାଜ୍ୟ
ଜିଲ୍ଲାସ୍ତରୀୟ ପ୍ରଶିକ୍ଷକ କର୍ମଶାଳା ଅନୁଷ୍ଠିତ
- Hits: 299