ଭୁବନେଶ୍ୱର (ଶାସକ ପ୍ରଶାସକ) : ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ଼ଃ. ବି. ଆର. ଆମ୍ବେଦକରଙ୍କ ୧୩୦ ତମ ଜୟନ୍ତୀ ପାଳିତ ହୋଇଯାଇଅଛି I ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ବିଦ୍ୟାଭୂଷଣଙ୍କ ନେତୃତ୍ୱରେ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀମାନଙ୍କ ସହିତ କର୍ମଚାରୀମାନେ ଡ଼ଃ. ବି. ଆର. ଆମ୍ବେଦକରଙ୍କ ଫଟ ଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ I ରେଳପଥର ପ୍ରମୁଖ କାର୍ମିକ ଅଧିକାରୀ ଶ୍ରୀ ତୁଷାର କାନ୍ତି ମଣ୍ଡଳ ଏହି ଉତ୍ସବକୁ ପରିଚାଳନା କରିଥିଲେ I