ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରକ୍ତଦାନ ଶିବିର 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ଵଦିପ ପ୍ରଧାନଙ୍କ ନେତୃତ୍ବରେ ୭୫ ୟୁନିଟ୍ ରକ୍ତ ସଂଗ୍ରହ।

ଭୁବନେଶ୍ୱର (ଶାସକ ପ୍ରଶାସକ) : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଓଡ଼ିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଛାତ୍ର ଜନତା ଦଳର ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ୱଦିପ୍ ପ୍ରଧାନଙ୍କ ନେତୃତ୍ବରେ ଆୟୋଜିତ ରକ୍ତଦାନ ଶିବିରରେ ୭୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା । 

ଏହି ରକ୍ତଦାନ ଶିବିରକୁ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଯୁବ ବ୍ୟାପାର ପ୍ରଣବ ବଳବନ୍ତରାୟ, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ, ବିଜୁ ଜନତା ଦଳର ଖୋର୍ଦ୍ଧା ଜିଲ୍ଲା ସଭାପତି ବିଭୂତି ବଳନ୍ତରାୟ ଉଦଘାଟନ କରିଥିଲେ।

ଏହି ପରିପ୍ରେକ୍ଷୀରେ ବରିଷ୍ଠ ଆଇନଜୀବୀ କୈଳାଶ ଚନ୍ଦ୍ର ପାତ୍ର,ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଅମରେଶ ଜେନା, ମୀର ପରିଡ଼ା, ଦୁର୍ଗା ସାମନ୍ତରାୟ, ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଛାତ୍ର ବ୍ୟାପାର ମନ୍ଦାକିନୀ କର, ଅମରଜିତ୍ ସେନାପତି ଓଡ଼ିଶା ମୋ ପରିବାରର ସଂଯୋଜକ ରୁଦ୍ର ସାମନ୍ତରାୟ ପ୍ରମୁଖ  ଉପସ୍ଥିତ ରହି ସମସ୍ତ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ।।

ଏହି ଅବସରରେ ବିଜୁ ଛାତ୍ର ଜନତା ଦଳର ଭୁବନେଶ୍ବର ଜୋନ ସଭାପତି ଭଗବାନ ସାହୁ,ବିଜୁ ଛାତ୍ର ଜନତା ଦଳର ରାଜ୍ୟ ଉପସଭାପତି ପ୍ରଦୋଷ ପରିଡ଼ା, ଅପୂର୍ବ ଅପରୂପା, ରାଜ୍ୟ ସାଧାରଣ ସମ୍ପାଦକ ସୁଜିତ୍ ପାଲଟା ସିଂ, ମିକୁ ପ୍ରଧାନ, ଦେବସ୍ମିତା ଦାସ, ରାଜ୍ୟ ସମ୍ପାଦକ ସୁଚିଶ୍ମିତା ବେହେରା, ଚିନ୍ମୟୀ ଜେନା,ଦେବୀ ପ୍ରସାଦ ଲେଙ୍କା ପ୍ରମୁଖ ଉପସ୍ଥିତ ଥିଲେ।

 

0
0
0
s2sdefault