ଭୁବନେଶ୍ୱର(ଶାସକ ପ୍ରଶାସକ) : ଭୟାବହ କରୋନା ମହାମାରୀର ମୁକାବିଲା ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ଓ ଭାରତର ପ୍ରଧାନମନ୍ତ୍ରୀ ଏକତ୍ର ଭାବେ କାର୍ଯ୍ୟ କରିବାକୁ ଚାହୁଁଥିବାବେଳେ ଓଡିଶା ବିଜେପି ନେତାମାନେ କିନ୍ତୁ ଏହା ଚାହୁଁ ନାହାନ୍ତି । ରାଜ୍ୟ ବିଜେପି ନେତାମାନେ କରୋନାକୁ ନେଇ ହୀନ ରାଜନୀତି ଆରମ୍ଭ କରିଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମତୀ ସୁଲତା ଦେଓ ।
ବିଜେପି ପ୍ରେସ୍ ବିବୃତ୍ତିର ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀମତୀ ଦେଓ କହିଛନ୍ତି "ବିଶ୍ୱ ମହାମାରୀ କରୋନାର ମୁକାବିଲା ପାଇଁ ରାଜ୍ୟ ଓ ଦେଶର ଦୁଇ ସର୍ବୋଚ୍ଚ ନେତା ଏକମତ ଥିବାବେଳେ ରାଜ୍ୟ ବିଜେପି ନେତାମାନେ କିନ୍ତୁ ଏହାକୁ ନେଇ ରାଜନୀତି କରିବା ସେମାନଙ୍କ ପ୍ରେସ୍ ବିବୃତ୍ତିରୁ ବାରିହୋଇ ପଡୁଛି । ଏଭଳି ମହାମାରୀ ସମୟରେ ସରକାରଙ୍କୁ ପରାମର୍ଶ ଦେବା ସହିତ କରୋନା ଲଢେଇରେ ସାମିଲ ହେବା ପରିବର୍ତ୍ତେ ସମାଲୋଚନା କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ " ବୋଲି ଶ୍ରୀମତୀ ଦେଓ କହିଛନ୍ତି |
ଶ୍ରୀମତୀ ଦେଓ ଆହୁରି ମଧ୍ୟ କହିଛନ୍ତି ଯେ "ରାଜ୍ୟ ବିଜେପି ନେତାମାନେ ସରକାରଙ୍କ ସମାଲୋଚନା ବଦଳରେ ଯଦି ଯୁକ୍ତିସଙ୍ଗତ ପରାମର୍ଶ ଓ ସମର୍ଥନର ହାତ ବଢେଇଥାନ୍ତେ ତେବେ ଓଡିଶାବାସୀ ଖୁସି ହୋଇଥାନ୍ତେ । ହେଲେ ତାହା ନକରି ନିଜର ରାଜନୈତିକ ଅସ୍ତିତ୍ୱ ଓ ଗଣମାଧ୍ୟମରେ ନିଜର ପ୍ରାସଙ୍ଗିକତା ରକ୍ଷା କରିବା ପାଇଁ କରୋନାକୁ ନେଇ ରାଜନୀତି ଆରମ୍ଭ କରିଦେଇଛନ୍ତି । ଓଡିଶାବାସୀ ରାଜ୍ୟ ବିଜେପି ନେତାମାନଙ୍କ ମନୋଭାବ ସଂକ୍ରାନ୍ତରେ ଭଲଭାବେ ଅବଗତ ଓ ସେମାନଙ୍କର ଏଭଳି ହୀନ ରାଜନୈତିକ ମନ୍ତବ୍ୟକୁ ଆଦୌ ଗ୍ରହଣ କରିବେ ନାହିଁ ବୋଲି ଶ୍ରୀମତୀ ଦେଓ କହିଛନ୍ତି ।
କରୋନା ଲଢେଇରେ ଜିତିବା ଆମେ, ଜିତିବ ମାନବତା : ସଚେତନ ରୁହନ୍ତୁ, ନିଜେ ସୁସ୍ଥ ରହି ଅନ୍ୟକୁ ସୁସ୍ଥ ରଖନ୍ତୁ
ନିବେଦକ : ଶାସକ ପ୍ରଶାସକ