ଭୁବନେଶ୍ୱର (ଶାସକ ପ୍ରଶାସକ) ବରିଷ୍ଠ କଂଗ୍ରେସ ନେତା ତଥା ବଲାଙ୍ଗୀର ବିଧାୟକ ଶ୍ରୀ ନରସିଂହ ମିଶ୍ର କୋଭିଡ୍ ସଂକ୍ରମିତ ହୋଇଥିବା ଖବର ଶୁଣି ଚିନ୍ତା ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଶ୍ରୀ ପଟ୍ଟନାୟକ କଂଗ୍ରେସ ନେତା ଶ୍ରୀ ମିଶ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି | ଆଜି ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ"ବରିଷ୍ଠ କଂଗ୍ରେସ ନେତା ତଥା ବଲାଙ୍ଗୀର ବିଧାୟକ ଶ୍ରୀ ନରସିଂହ ମିଶ୍ର କୋଭିଡ୍ ସଂକ୍ରମିତ ହୋଇଥିବା ଜାଣି ମୁଁ ଚିନ୍ତିତ। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।"
ପୂର୍ତ୍ତ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମଧ୍ୟ ବରିଷ୍ଠ କଂଗ୍ରେସ ନେତା, ପୂର୍ବତନ ମନ୍ତ୍ରୀ ତଥା ବିଧାୟକ, ବଲାଙ୍ଗୀର ଶ୍ରୀ ନରସିଂହ ମିଶ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି I
ବିଜେଡି ନେତା ତଥା ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂଦେଓ ଓ ଯୁବ ନେତା ଅର୍କେଶ ନାରାୟଣ ସିଂଦେଓ ଶ୍ରୀ ମିଶ୍ରଙ୍କ ପାଇଁ ଚିନ୍ତାବ୍ୟକ୍ତ କରିବା ସହ ଟୁଇଟ କରି ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ତଥା ପୂର୍ଣ୍ଣ ସୁସ୍ଥତା କାମନା କରିଛନ୍ତି |