କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ରର ଅନୁରୋଧ ରଖିଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ତାଳଚେର ହିଙ୍ଗୁଳା ମନ୍ଦିରର ବିକାଶ ପାଇଁ ଏମସିଏଲ ସିଏସଆର୍ ପାଣ୍ଠିରୁ ୯.୩୨ କୋଟି ମଞ୍ଜୁର - ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର – ଅନୁଗୁଳ ଜିଲ୍ଲା ତାଳଚେର ଗୋପାଳପ୍ରସାଦ ସ୍ଥିତ ମା’ ହିଙ୍ଗୁଳା ମନ୍ଦିରର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ମହାନଦୀ କୋଲଫିଲ୍ଡ ଲିମିଟେଡ(ଏମସିଏଲ) ବୋର୍ଡ ସିଏସଆର ପାଣ୍ଠିରୁ ୯.୩୨ କୋଟି ଟଙ୍କା ଅନୁମୋଦନ ଦେଇଥିବାରୁ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଗତ ଜାନୁଆରୀ ୧୩ ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଏ ସମ୍ପର୍କରେ ପତ୍ର ଲେଖି ଜଣାଇଥିଲେ । ତାଳଚେର ଗୋପାଳପ୍ରସାଦ ସ୍ଥିତ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟ ବୋର୍ଡର ପ୍ରସ୍ତାବ ଅନୁସାରେ ହିଙ୍ଗୁଳା ମନ୍ଦିର ସମ୍ମୁଖରେ ମୁଖଶାଳା ଓ ଯଜ୍ଞଶାଳାର ନିର୍ମାଣ କାର୍ଯ୍ୟ ପାଇଁ ଏମସିଏଲର ସିଏସଆର ପାଣ୍ଠିରୁ ଲୋକଙ୍କ ସୁବିଧା ପାଇଁ ଆର୍ଥôକ ସହାୟତା ଯୋଗାଇବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିଥିଲେ । ଏହି ସହାୟତା ଦ୍ୱାରା ଶ୍ରଦ୍ଧାଳୁମାନେ ଉପକୃତ ହେବାସହ ସ୍ଥାନୀୟ ଅଂଚଳରେ ପର୍ଯ୍ୟଟନର ସୁବିଧା ମଧ୍ୟ ବଢିବ ବୋଲି ସେ ପତ୍ରରେ ଉଲ୍ଲେଖ କରିଥିଲେ ।

ଏହାର ପ୍ରତ୍ୟୁତରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ପତ୍ର ଲେଖି କହିଛନ୍ତି ଯେ ଅନୁଗୁଳ ଜିଲ୍ଲା ତାଳଚେର ଗୋପାଳପ୍ରସାଦ ଅଂଚଳ ପାଇଁ ଏମଏସିଏଲ୍ ବୋର୍ଡ ସିଏସଆର ପାଣ୍ଠିରୁ ୯.୩୨କୋଟି ଟଙ୍କା ମଞ୍ଜୁର କରିଛି । ସାଧାରଣତଃ ସ୍ଥାନୀୟ ଜନସାଧାରଣଙ୍କ ସୁବିଧା ଏବଂ ପର୍ଯ୍ୟଟନରେ ସୁବିଧା ଯୋଗାଇବା ପାଇଁ ଏହି ଆର୍ଥିକ ସହାୟତାକୁ ଅନୁମୋଦନ ଦିଆଯାଇଛି ବୋଲି ସେ କହିଛନ୍ତି ।

 

0
0
0
s2sdefault