ହେଡଲାଇନସ୍:

ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ବରିଷ୍ଠ ଆଇ.ଏ.ଏସ୍ ଅଧିକାରୀ ଶ୍ରୀ ବିଷ୍ଣୁପଦ ସେଠୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର(ଶାସକ ପ୍ରଶାସକ) : ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀ ବିଷ୍ଣୁପଦ ସେଠୀ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତିା ନୂତନ ପ୍ରମୁଖ ଶାସନ ସଚିବଙ୍କ ଦାୟିତ୍ୱ ଗ୍ରହଣ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ କୃପାସିନ୍ଧୁ ମିଶ୍ର ବିଭାଗର କାର୍ଯ୍ୟଧାରା ତଥା ମହାମାରୀ କରୋନା ପରିପ୍ରେକ୍ଷୀରେ ବିଭାଗ ତରଫରୁ ଜାରି ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ପ୍ରମୁଖ ଶାସନ ସଚିବଙ୍କୁ ଅବଗତ କରାଇଥିଲୋ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ନିରଞ୍ଜନ ସେଠୀ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଡିଜିଟାଲ୍ ଅର୍କାଇଭ୍ ସଂପର୍କରେ ପ୍ରମୁଖ ଶାସନ ସଚିବଙ୍କୁ ଜଣାଇଥିଲୋ

ପ୍ରମୁଖ ଶାସନ ସଚିବଙ୍କ କାର୍ଯ୍ୟଭାର ଗ୍ରହଣ ଅବସରରେ ସୂଚନା ଓ ଲୋକସଂପର୍କ ବିଭାଗର ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ଡ. ପ୍ରମୋଦ କୁମାର ମଲ୍ଲିକ, ଯୁଗ୍ମ ନିର୍ଦ୍ଦେଶକ ସୁରେନ୍ଦ୍ର ପରିଡ଼ା ଏବଂ ବହୁ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲୋ

ସୂଚନାଯୋଗ୍ୟ ଯେ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସୂଚନା ଓ ଲୋକସଂପର୍କ ବିଭାଗର ଦାୟିତ୍ୱ ସହ ରାଜସ୍ୱ ଓ ବିପର୍ଯ୍ୟାୟ ପରିଚାଳନା ବିଭାଗ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମଧ୍ୟ ପ୍ରମୁଖ ଶାସନ ସଚିବ ଭାବେ କାର୍ଯ୍ୟରତା

0
0
0
s2sdefault