ରାୟଗଡ/ ସରୋଜ କୁମାର ସାହୁ- ଆଜି ରାୟଗଡ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ମିଶ୍ର ଆନ୍ଧ୍ର ଓଡିଶା ସୀମାନ୍ତ ସନ୍ଧୁ ବାଡ଼ି ଚେକ ପଏଣ୍ଟ ଗସ୍ତ କରି ଯାଞ୍ଚ ପ୍ରକ୍ରିୟା ଅନୁଧ୍ୟାନ କରିଥିଲେ l ସେଠାରେ ନିୟୋଜିତ ପୋଲିସ କର୍ମଚାରୀ, ପରିବହନ କର୍ମଚାରୀ, ଶିକ୍ଷକ ଆଦିଙ୍କ ସହିତ ବିଭିନ୍ନ ସମସ୍ୟା ସମ୍ବନ୍ଧରେ ଆଲୋଚନା କରିଥିଲେ ଓ ବାହାର ରାଜ୍ୟରୁ ଆସୁଥିବା ଯାତ୍ରୀଙ୍କୁ କଡାକଡି ଯାଞ୍ଚ କରିବl ସହ ସେମାନଙ୍କୁ 14ଦିନ ସାଙ୍ଗରୋଧକୁ ପଠାଇବେ ବୋଲି ଜିଲ୍ଲାପାଳ ଶ୍ରୀ ମିଶ୍ର କହିଥିଲେ l
ଏହି ଚେକିଂ ପଏଣ୍ଟ ଦେଇ ଆନ୍ଧ୍ର ଫେରନ୍ତା ରାଜ୍ୟକୁ ଫେରୁଥିବା ଯାତ୍ରୀମାନଙ୍କୁ କଡାକଡି ଯାଞ୍ଚ କରିଵା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି l ଏହି ଗସ୍ତ ସମୟରେ ରାସ୍ତାଗଲାବେଳେ ଜିଲ୍ଲାପାଳ ଶ୍ରୀ ମିଶ୍ର ଲୋକମlନଙ୍କୁ ମାସ୍କ ବ୍ୟବହାର, ସାମାଜିକ ଦୂରତା ବଜାୟ ରଖିବା ଉପରେ ସଚେତନ କରି କରନା ଠାରୁ ଦୂରେଇ ରଖାଯିବl ନେଇ ସଚେତନତା କରିଥିଲେ । ରାସ୍ତାରେ ଗଲାବେଳେ ଗୋଟିଏ କlରକୁ ଓ ଗୋଟିଏ ଅଟୋକୁ ଅଟକାଇ ଅଧିକ ଯାତ୍ରୀ ନେଇକି ଯାଉଥିବାରୁ ତାଙ୍କୁ ଜରିମାନା ପାଇଁ ପୋଲିସ ଓ ପରିବହନ ଅଧିକାରୀଙ୍କୁ କହିଥିଲେ l
ଜିଲ୍ଲାପାଳ ଶ୍ରୀ ମିଶ୍ରଙ୍କ ସହିତ, ଉପଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ, ବିଡ଼ିଓ ରାୟଗଡ,ରାଜେନ୍ଦ୍ର ମାଝୀ, ତହସିଲଦାର ରାୟଗଡ ଶ୍ରୀ ଉମାଶଙ୍କର ବେହେରା ପ୍ରମୁଖ ଯାଇଥିଲେ l