ଭୁବନେଶ୍ୱର, : ବିଶିଷ୍ଟ ସ୍ଥପତି ତଥା ସାଂସଦ ପଦ୍ମଭୂଷଣ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ବଡ ପୁଅ ଯଶୋବନ୍ତ ମହାପାତ୍ରଙ୍କର ଗୁରୁବାର ବିୟୋଗ ଘଟିଛି | ଭୁବନେଶ୍ୱର ଏମ୍ସ ରେ ଚିକିତ୍ସାଧୀନ ଥିବା ଯଶୋବନ୍ତ ଅତ୍ୟନ୍ତ ସଙ୍କଟାପନ୍ନ ଅବସ୍ଥାରେ ଗତକାଲି ସମ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ |ତେବେ ସମ କୋଭିଡର ଡାକ୍ତର ଓ ନର୍ସ ମାନଙ୍କର ସମସ୍ତ ପ୍ରଚେଷ୍ଟା ଓ ନିରବଛିନ୍ନ ଚିକିତ୍ସା ସତ୍ୱେ ତାଙ୍କର ଆଜି ଦିନ 1 ଘଟିକାରେ ତାଙ୍କର ମୃତ୍ୟୁ ଘଟିଛି |ମୃତ୍ୟୁ ବେଳକୁ ତାଙ୍କୁ 52ବର୍ଷ ବୟସ ହୋଇଥିଲା |ଗତକାଲି କୋଭିଡ ଆକ୍ରାନ୍ତ ଥିବା ତାଙ୍କ ସାନ ଭାଇ ତଥା କ୍ରିକେଟର ପ୍ରଶାନ୍ତ ମହାପାତ୍ରଙ୍କର ଏମ୍ସ ରେ ମୃତ୍ୟୁ ଘଟିଥିବା ବେଳେ ୧୨ ଦିନ ତଳେ ବାପା ରଘୁନାଥ ମହାପାତ୍ର ମଧ୍ୟ କରୋନା ସଂକ୍ରମଣ ଯୋଗୁଁ ମୃତ୍ୟୁ ବରଣ କରିଛନ୍ତି |
ରାଜ୍ୟ
ଅତି ଦୁଃଖଦ : ପଦ୍ମଭୂଷଣ ରଘୁନାଥ ମହାପାତ୍ରଙ୍କର ଜ୍ୟେଷ୍ଠ ପୁତ୍ରଙ୍କ ଦେହାନ୍ତ
- Hits: 380