ହେଡଲାଇନସ୍:

ବୁଲା ଗାଈ ଗୋରୁ ଓ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ସହାୟତା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଦ୍ବିତୀୟ ପର୍ଯ୍ୟାୟରେ ପଞ୍ଚାବନ ଲଷ ଟଙ୍କା ସହାୟତା  ମଞୁର ।

ଭୁବନେଶ୍ୱର :କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ  ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି  । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର  ଆଦି ପ୍ରାଣମାନେ  ଖାଦ୍ୟ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ 48 ଟି ମ୍ୟୁନିସପାଲଟି ଓ 61ଟି ଏନ୍ଏସିମାନଙ୍କୁ ପଞ୍ଚାବନ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି ।

ଏହି ଅର୍ଥରେ  ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ  ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା ,କଟକ ,ସମ୍ବଲପୁର,ରାଉରକେଲା, ଓ ଵ୍ରହ୍ମପୁର  ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା ,ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ । 

ସୂଚନାଯୋଗ୍ୟ ଯେ, ଗତ ନ୍ଅ ତାରିଖ ଦିନ ଏହି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ରୁ ଷାଠିଏ ଲଷ ଟଙ୍କା ମଞୁର କରାଯାଇଥିଲା ।

0
0
0
s2sdefault