ହେଡଲାଇନସ୍:

ଉତ୍କୃଷ୍ଟ କୋଭିଡ୍ ପରିଚାଳନା ନିମନ୍ତେ ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାକୁ ଆର୍ଥିକ ସହାୟତା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଡାକ୍ତରୀ ସରଞ୍ଜାମ ଓ ଉପକରଣ ଯୋଗାଇବ ଓଡ଼ିଶା ଔଷଧ ନିଗମ

ଭୁବନେଶ୍ୱର(ଶାସକ ପ୍ରଶାସକ) : ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାରେ ଉତ୍କୃଷ୍ଟ କୋଭିଡ୍ ପରିଚାଳନା ନିମନ୍ତେ ଆବଶ୍ୟକ ଡାକ୍ତରୀ ସରଞ୍ଜାମ ଓ ଉପକରଣ ଓଡ଼ିଶା ଔଷଧ ନିଗମ ଯୋଗାଇବା ଏ ନେଇ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ତରଫରୁ ନୀତିଗତ ନିଷ୍ପତ୍ତି ନିଆଯାଇଛିା ଯେହେତୁ ରାଜ୍ୟ ସରକାରଙ୍କ ତରଫରୁ ଏହି ନିଗମ ଡାକ୍ତରୀ ସରଞ୍ଜାମ ଓ ଉପକରଣ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସଂଗ୍ରହ କରିବା ପାଇଁ ଆବଶ୍ୟକୀୟ ବୈଷୟକ ଯୋଗ୍ୟତା, ଅନୁଭୂତି ରହିଛି, ତେଣୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପରାମର୍ଶ କ୍ରମେ ସମସ୍ତ ଜିଲ୍ଲାପାଳଙ୍କୁ ଏସବୁ ସାମଗ୍ରୀ ନିଗମ ମାଧ୍ୟମରେ ଯୋଗାଇ ଦେବା ପାଇଁ ଜଣାଇ ଦିଆଯାଇଛିା ଏହା ବ୍ୟତୀତ ଆବଶ୍ୟକୀୟ ସିଭିଲ୍ ଓ ବିଦ୍ୟୁତିକରଣ କାମ, ଆଇସିୟୁ ଶଯ୍ୟା, ଅମ୍ଳଜାନ ପାଇପଲାଇନ୍, ଡିଜି ସେଟ୍ ଇତ୍ୟାଦି ଡାକ୍ତରୀ ଓ ଅଣଡାକ୍ତରୀ ସରଞ୍ଜାମ ପାଇଁ ଜିଲ୍ଲାପାଳମାନେ ସିଧାସଳଖ ସ୍ଥାନୀୟ ବ୍ୟବସ୍ଥା ଅନୁସାରେ କ୍ରୟ ଓ ଯୋଗାଡ଼ କରିବୋ 

ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଉପଯୁକ୍ତ କୋଭିଡ୍ ପରିଚାଳନା ନିମନ୍ତେ ଆବଶ୍ୟକୀୟ ଜରୁରୀ ସରଞ୍ଜାମ ସଂଗ୍ରହ ଏବଂ ଭିତ୍ତିଭୂମି ନିର୍ମାଣ ପାଇଁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ କିଛିଦିନ ପୂର୍ବରୁ ୨୫ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଥିଲାା ଜିଲ୍ଲାଗୁଡ଼ିକ ତରଫରୁ ଏଥିପାଇଁ ଯଥାଶୀଘ୍ର ପ୍ରସ୍ତାବ ଦେବାକୁ କୁହାଯାଇଥିଲାା ଏଥି ପାଇଁ ଜିଲ୍ଲାପାଳମାନଙ୍କ ସହ ପରାମର୍ଶ କରାଯାଇଥିଲାା ପଶ୍ଚିିମ ଓଡ଼ିଶା ବିକାଶ ପରିଷଦ ତରଫରୁ ଏହି ପ୍ରସ୍ତାବଗୁଡ଼ିକ ହସ୍ତଗତ ହେବା ପରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସହ ବ୍ୟାପକ ବିଚାରବିମର୍ଶ ପରେ ପ୍ରସ୍ତାବଗୁଡ଼ିକୁ ଅନୁମୋଦନ କରିବା ସହ ଜରୁରୀ ସାମଗ୍ରୀ ସଂଗ୍ରହ ପାଇଁ ସବୁଜ ସଂକେତ ପ୍ରଦାନ କରାଯାଇଛିା 

0
0
0
s2sdefault