ହେଡଲାଇନସ୍:

ରାଜ୍ୟ ସରକାରଙ୍କ ଦ୍ୱାରା କର୍ମଜୀବୀ ସାମ୍ବାଦିକଙ୍କୁ ଅନୁକମ୍ପା ରାଶି ଓ ଆର୍ଥିକ  ସହାୟତା ପ୍ରଦାନ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର(ଶାସକ ପ୍ରଶାସକ) : ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ୭ ଜଣ କର୍ମଜୀବୀ ସାମ୍ବାଦିକଙ୍କୁ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଭିନ୍ନ ଭିନ୍ନ କାର ଣ ପାଇଁ ଅନୁକମ୍ପା ରାଶି ଓ ଆର୍ଥିକ ସହାୟତା ବାବଦକୁ ୫୫ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରିଛନ୍ତିା ସେଥିମଧ୍ୟରୁ କରୋନାରେ ମୃତ୍ୟୁ  ପାଇଁ ଯାଜପୁର ଜିଲ୍ଲା "ମନ୍ଥନ' ସମ୍ବାଦପତ୍ରର ପ୍ରତିନିଧି ସ୍ୱର୍ଗତ ଅଶୋକ କୁମାର ସାହୁଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା, କେନ୍ଦୁଝର ଜିଲ୍ଲାରେ "ଓଡ଼ିଶା ଭାସ୍କର' ସମ୍ବାଦପତ୍ରର ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ ଧୀରେନ୍ଦ୍ର ରାଉତଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଓ ବାଲେଶ୍ୱର ଜିଲ୍ଲାରେ "ଇ.ପି.ଏ. ଓ୍ୱିକ୍ଲି'ର ପ୍ରତିନିଧି ସ୍ୱର୍ଗତ ସୋଲୋମାନ୍ ସାହୁଙ୍କ ପରିବାରକୁ ମଧ୍ୟ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯାଇଛିା

ସୂଚନାଯୋଗ୍ୟ ଯେ ପୂର୍ବରୁ ମଧ୍ୟ ରାଜ୍ୟ ସରକାର କୋଭିଡରେ ମୃତ୍ୟୁବରଣ କରିଥିବା ୬ ଜଣ ସାମ୍ବାଦିକ କୋଭିଡ୍ ଯୋଦ୍ଧାଙ୍କ ପରିବାରଙ୍କୁ ୧୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିଛନ୍ତିା ଅନୁକମ୍ପା ରାଶି ପ୍ରାପ୍ତ ଦିବଙ୍ଗତ ସାମ୍ବାଦିକମାନେ ହେଉଛନ୍ତି "ଇ-ନ୍ୟୁଜ୍'ର ଗଜପତି ପ୍ରତିନିଧି କେ. ସି. ରତ୍ନମ, "ସମାଜ'ର ଗଞ୍ଜାମ ପ୍ରତିନିଧି ପ୍ରିୟଦର୍ଶୀ ପଟ୍ଟନାୟକ, "ପ୍ରମେୟ'ର ଫୁଲବାଣୀ ପ୍ରତିନିଧି ତାରିଣୀ ଚରଣ ପାଢ଼ୀ, "ନ୍ୟୁଜ୍-୧୮'ର ଭୁବନେଶ୍ୱର ପ୍ରତିନିଧି ପ୍ରବୀର କୁମାର ପ୍ରଧାନ, "ମନ୍ଥନ'ର ଖୋର୍ଦ୍ଧା ପ୍ରତିନିଧି ପ୍ରତାପ କୁମାର ଦାସ ଏବଂ "ହିନ୍ଦୁସ୍ତାନ ସମାଚାର'ର ଗଜପତି ପ୍ରତିନିଧି ନବୀନ ନନ୍ଦ ଗନ୍ତାୟତା ଭୁବନେଶ୍ୱରଠାରେ "ନିତିଦିନ' ସମ୍ବାଦପତ୍ରର ପ୍ରତିନିଧି ସ୍ୱର୍ଗତ ରାଧାନାଥ ମହାପାତ୍ର ଓ "ପ୍ରତିଦିନ' ଖବରକାଗଜର ପ୍ରତିନିଧି ସ୍ୱର୍ଗତ ପ୍ରଭାତ କୁମାର ଦାସଙ୍କୁ ମଧ୍ୟ ମୃତ୍ୟୁ  ପରେ ସେମାନଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ଅର୍ଥରାଶି ପ୍ରଦାନ କରାଯାଇଛିା

ଏହାବାଦ ଭୁବନେଶ୍ୱରଠାରେ ମୁକ୍ତବୃତ୍ତ ସାମ୍ବାଦିକ ଭାବେ କାର୍ଯ୍ୟରତ ବରିଷ୍ଠ ସାମ୍ବାଦିକ ଅମ୍ବିକା ପ୍ରସାଦ କାନୁନଗୋଙ୍କ ଚିକିତ୍ସା ଖର୍ଚ୍ଚ ବାବଦକୁ ୨ ଲକ୍ଷ ଟଙ୍କା ଓ ଝାରସୁଗୁଡ଼ା ଜିଲ୍ଲାର ସମାଜ ପ୍ରତିନିଧି ଗଜେନ୍ଦ୍ର ମହାନ୍ତିଙ୍କୁ ତାଙ୍କ ପତ୍ନୀଙ୍କ ଚିକିତ୍ସା ପାଇଁ ୫୦ ହଜାର ଟଙ୍କାର ଆର୍ଥିକ  ସହାୟତା ରାଜ୍ୟ ସରକାର ପ୍ରଦାନ କରିଛନ୍ତିା ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ବିଭିନ୍ନ ସମୟରେ କର୍ମଜୀବୀ ସାମ୍ବାଦିକଙ୍କ କେତେକ ଜଟିଳ ବ୍ୟାଧିର  ଚିକିତ୍ସା ତଥା ଅକାଳ ମୃତ୍ୟୁ ପାଇଁ ଆର୍ଥିକ  ସହାୟତା ଓ ଅନୁକମ୍ପା ରାଶି ପ୍ରଦାନ କରିଆସୁଛନ୍ତିା

ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ବିଭିନ୍ନ ସମୟରେ କର୍ମଜୀବୀ ସାମ୍ବାଦିକଙ୍କ କେତେକ ଜଟିଳ ବ୍ୟାଧିର ଚିକିତ୍ସା ତଥା ଅକାଳ ମୃତ୍ୟୁ ପାଇଁ ଆର୍ଥିକ  ସହାୟତା ଓ ଅନୁକମ୍ପା ରାଶି ପ୍ରଦାନ କରିଆସୁଛନ୍ତିା ସାଧାରଣ କାରଣରୁ ମୃତ୍ୟୁ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଥିବା ବେଳେ କରୋନାରେ ମୃତ୍ୟୁ  ପାଇଁ କୋଭିଡ୍ ଯୋଦ୍ଧା ଭାବେ ସେମାନଙ୍କୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ ପାଇଁ  ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତିା ଏତଦ୍ଭିନ୍ନ କର୍ମଜୀବୀ ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାର "ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା' ଅନ୍ତର୍ଗତ ସ୍ୱାସ୍ଥ୍ୟବୀମା ଯୋଜନା କାର୍ଯ୍ୟକାରୀ କରିଛନ୍ତିା ଏହି ଯୋଜନାରେ ଏଯାବତ୍ ରାଜ୍ୟର ୬୯୪୪ ଜଣ ସାମ୍ବାଦିକଙ୍କୁ ଅନ୍ତର୍ଭୁକ୍ତ କରାଯାଇ ସହାୟତା ପ୍ରଦାନ କରାଯାଉଛିା ବୀମା ଯୋଜନାରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ପ୍ରଦାନ କରାଯାଉଛିା

ସଂପ୍ରତି କୋଭିଡ୍ ଦ୍ୱିତୀୟ ଲହରରେ ଜିଲ୍ଲାସ୍ତରରେ ବହୁ କର୍ମଜୀବୀ ସାମ୍ବାଦିକ କୋଭିଡରେ  ଆକ୍ରାନ୍ତ ହୋଇ ମୃତୁ୍ୟବରଣ କରିବା ବିଷୟ ସରକାରଙ୍କ ଦୃଷ୍ଟିକୁ ଆସିଛିା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ ଯୋଗ୍ୟ ସାମ୍ବାଦିକମାନଙ୍କୁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ ନିମନ୍ତେ ଆବଶ୍ୟକୀୟ ତଥ୍ୟ ସଂଗ୍ରହ କରି ଜିଲ୍ଲାପାଳଙ୍କ ସୁପାରିଶ ସହ ତୁରନ୍ତ ପ୍ରେରଣ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସମସ୍ତ ଜିଲ୍ଲାର ସୂଚନା ଓ ଲୋକସଂପର୍କ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତିା

0
0
0
s2sdefault