ହେଡଲାଇନସ୍:

ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ସୃଷ୍ଟି କରିବ କେଜ୍ କଲଚର : ମନ୍ତ୍ରୀ ଡ. ଅରୁଣ ସାହୁ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର(ଶାସକ ପ୍ରଶାସକ):  କେଜ କଲଚର ମାଧ୍ୟମରେ ରାଜ୍ୟର ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛିା ସଂପ୍ରତି କେଜ କଲଚରକୁ ଜଳଭଣ୍ଡାରରେ ମାଛଚାଷର ଭବିଷ୍ୟତ ବୋଲି ବିବେଚନା କରାଯାଉଛିା କେଜ କଲଚର ମାଧ୍ୟମରେ ରାଜ୍ୟରେ ଥିବା ଜଳଭଣ୍ଡାରଗୁଡ଼ିକରୁ ବର୍ଷକୁ ୧ ଲକ୍ଷ ୨୫ ହଜାର ଟନରୁ ଅଧିକ ମାଛ ଉତ୍ପାଦନ କରାଯାଇପାରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତିା ଆଜି ଆୟୋଜିତ ଏକ ଭର୍ଚୁଆଲ ବୈଠକରେ ହୀରାକୁଦ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷ ନିମନ୍ତେ ରାଜ୍ୟ ସରକାରଙ୍କ ସହିତ ବୁଝାମଣାପତ୍ର ସ୍ୱାକ୍ଷର କରିଥିବା ଉଦ୍ୟୋଗୀମାନଙ୍କ ସହିତ ସେମାନଙ୍କ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଆଲୋଚନା କରିଥିଲୋ ମନ୍ତ୍ରୀ ଡ. ସାହୁ ଉଦ୍ୟୋଗୀମାନ ଙ୍କୁ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ କହିଥିଲୋ

ବିଭାଗ ପକ୍ଷରୁ ପ୍ରକଳ୍ପ ପ୍ରତିଷ୍ଠା ଦିଗରେ ଉଦ୍ୟୋଗୀମାନଙ୍କୁ ସବୁ ପ୍ରକାର ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲୋ ଉଦ୍ୟୋଗୀମାନେ ଯେପରି ସହଜରେ ବ୍ୟାଙ୍କ ଋଣ ପାଇପାରିବେ ସେଥି ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲୋ ସଂପ୍ରତି ହୀରାକୁଦ ଜଳଭଣ୍ଡାରର ୪୪ଟି ସବଜୋନରେ ଏହି ମାଛଚାଷ କରାଯିବା ଜଳଭଣ୍ଡାରରେ ପଂଜୁରୀ ନିର୍ମାଣ କରି ମାଛଚାଷ କରିବା ଯେହେତୁ ଏକ ନୂତନ ପଦ୍ଧତି, ତେଣୁ ଏ ବିଷୟରେ ସରକାର ଙ୍କ ପକ୍ଷରୁ ଉଦ୍ୟୋଗୀମାନ ଙ୍କୁ ପ୍ରଶକ୍ଷି ଣର ବ୍ୟବ ସ୍ଥା କରାଯାଉଛିା ରାଜ୍ୟ ସରକାର ବୃହତ ଓ ମଧ୍ୟମ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷକୁ ପ୍ରୋତ୍ସାହିତ କରିବା ନିମନ୍ତେ ନୂତନ ନୀତି ପ୍ରଣୟନ କରିଛନ୍ତି ଏବଂ ଏଥି ନିମନ୍ତେ ଉଦ୍ୟୋଗୀମାନଙ୍କୁ ରିହାତି ଯୋଗାଇ ଦେବାର ବ୍ୟବସ୍ଥା ରହିଛିା ଏହା ଦ୍ୱାରା ନୂତନ ଉଦ୍ୟୋଗୀ ସୃଷ୍ଟି ହେବା ସହିତ ଅନେକ ନିଯୁକ୍ତିର ସୁଯୋଗ ରହିଛି ବୋଲି ମନ୍ତ୍ରୀ ଡ. ସାହୁ କହିଥିଲୋ 

ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଆର୍. ରଘୁପ୍ରସାଦ କହିଲେ ଯେ ହୀରାକୁଦ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷ କରିବା ପାଇଁ ୩୯ ଜଣ ଉଦ୍ୟୋଗୀ ରାଜ୍ୟ ସରକାରଙ୍କ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତିା ହୀରାକୁଦ ଜଳଭଣ୍ଡାରରେ ଭବିଷ୍ୟତରେ ପ୍ରାୟ ୧୫ ହଜାର କେଜ ନିର୍ମାଣ କରାଯାଇ ମାଛଚାଷ କରିବାର ସୁବିଧା ରହିଛିା ଜଳଭଣ୍ଡାର ରେ ଜେଟି, ଅବତରଣ କେନ୍ଦ୍ର ଆଦି ଭିତ୍ତିଭୂମି ନିର୍ମାଣ ତ୍ୱରାନ୍ୱିତ କରିବା ନିମନ୍ତେ ଇଡ୍କୋ ସହିତ ସ୍ୱତନ୍ତ୍ର ବୈଠକ କରାଯିବ ବୋଲି ସଚିବ ଶ୍ରୀ ରଘୁପ୍ରସାଦ କହିଥିଲୋ

ବୈଠକ ପ୍ରାରମ୍ଭରେ ମତ୍ସ୍ୟ ନିର୍ଦ୍ଦେଶକ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ କେଜ କଲଚର ନିର୍ମାଣର ଅଗ୍ରଗତି ସଂପର୍କରେ ସୂଚନା ପ୍ରଦାନ କରିଥିଲୋ ବୈଠକରେ ମତ୍ସ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ସମେତ କେଜ କଲଚର ଉଦ୍ୟୋଗୀମାନେ ଯୋଗଦେଇଥିଲୋ 

 

0
0
0
s2sdefault