ହେଡଲାଇନସ୍:

ଛ ଜଣ ବରିଷ୍ଠ ନେତାଙ୍କୁ ୩୦ ଜିଲ୍ଲା ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର :  ଛ ଜଣ ବରିଷ୍ଠ ନେତାଙ୍କୁ ଆଜି ବିଜୁ ଜନତା ଦଳ ଏକାଧିକ ଜିଲ୍ଲା ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛି  | ସେମାନଙ୍କ ମଧ୍ୟରେ ବିକ୍ରମ କେଶରୀ ଆରୁଖଙ୍କୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି ଜିଲ୍ଲା ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ଦେବୀପ୍ରସାଦ ମିଶ୍ରଙ୍କୁ ଗଂଜାମ, ନୟାଗଡ, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ  ବୌଦ୍ଧ ଜିଲ୍ଲା ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି | ସେହିପରି ନିରଞ୍ଜନ ପୂଜାରୀଙ୍କୁ ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ଓ ବରଗଡ ଜିଲ୍ଲା ଦାୟିତ୍ୱ ଦିଆଯାଇଥିବା ବେଳେ ସୌମ୍ୟ ରଞ୍ଜନ ପଟନାୟକଙ୍କୁ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୁବର୍ଣ୍ଣପୁର ଦେଓଗଡ, ଅନୁଗୁଳ ଓ ଢେଙ୍କାନାଳ ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି |  ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଓ  ବାଲେଶ୍ୱର,  ସର୍ବୋପରି ମହେଶ୍ୱର ମହାନ୍ତିଙ୍କୁ ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ନିଯୁକ୍ତି ଦିଆଯାଇଥିବା ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜ ସୂଚନା ଦେଇଛନ୍ତି | 

0
0
0
s2sdefault