ହେଡଲାଇନସ୍:

୧୦୦ ଟଙ୍କା ପାଇଁ ଚାଲିଗଲା ପ୍ରାଣ !

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ସମ୍ବଲପୁର ପୂର୍ବତନ କୁଳପତିଙ୍କୁ ହତ୍ୟା : ମାତ୍ର ୧୦୦ ଟଙ୍କା ପାଇଁ ଚାଲିଗଲା ଜୀବନ

ସମ୍ବଲପୁର -ରମାକାନ୍ତ ବିଶ୍ବାଳ : ସମ୍ବଲପୁର ବିଶ୍ଵ ବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଧ୍ରୁବରାଜ ନାୟକଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି । କେହି ଜଣେ ଦୁର୍ବୃତ୍ତ ପ୍ରଫେସର ଧ୍ରୁବରାଜ ନାୟକଙ୍କ କୁଅରମାଲ ସ୍ଥିତ ବାସଭବନରେ ଥିବାବେଳେ  ଆକ୍ରମଣ କରିଥିଲା ।  ଆକ୍ରମଣ ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଝାରସୁଗୁଡା ସମଲେଶ୍ଵରୀ ନର୍ସିଂ ହୋମରେ ଭର୍ତ୍ତି କରାଯାଇଥିଲା ।  ତେବେ ମେଡିକାଲରେ ଧ୍ରୁବରାଜଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର । ସୂଚନା ଅନୁସାରେ ସମ୍ବଲପୁର ବିଶ୍ଵ ବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଧ୍ରୁବରାଜ ନାୟକଙ୍କୁ ୧୦୦ ଟଙ୍କା ମାଗିଥିଲେ ଆକ୍ରମଣକାରୀ । ତେବେ ଟଙ୍କା ଦେବାକୁ ମନା କରିଦେବାରୁ ଅତର୍କିତ ଆକ୍ରମଣ କରିଥିଲେ। ୧୦୦ ଟଙ୍କା ପାଇଁ ହତ୍ୟା ହୋଇଥିବା ସୂଚନା ଦେଲେ ଧ୍ରୁବରାଜଙ୍କ ଭାଇ । ବର୍ତ୍ତମାନ ଆକ୍ରମଣକାରୀକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

0
0
0
s2sdefault