ହେଡଲାଇନସ୍:

ଆବାସ ଯୋଜନା ଉପରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ସାରା ରାଜ୍ୟ ପାଇଁ ଆବାସ ପ୍ଲସ୍ ଆପ୍ ମାସେ କାର୍ଯ୍ୟକ୍ଷମ କରିବାକୁ କଲେ ଦାବି 

ଫନି ପ୍ରଭାବିତ ହୋଇ ନଥିବା ଜିଲ୍ଲାର ୬ ଲକ୍ଷ ହିତାଧିକାରୀଙ୍କୁ ସାମିଲ କରିବାକୁ କଲେ ଅନୁରୋଧ 

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପ୍ରସଙ୍ଗରେ ଲେଖିଛନ୍ତି ଚିଠି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ |  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି  ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ  ଓଡ଼ିଶା ପାଇଁ ୮ ଲକ୍ଷ ୧୭ ହଜାର ଆବାସ ଟାର୍ଗେଟ୍ କେନ୍ଦ୍ର ଦେଇଥିବା ଯୋଗୁ  ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହାସହିତ ଉଲ୍ଲେଖ କରିଛନ୍ତି ଯେ ୧୪ ଜିଲ୍ଲା ପରିବର୍ତ୍ତେ ସାରା ରାଜ୍ୟ ପାଇଁ ଆବାସ ପ୍ଲସ୍ ମୋବାଇଲ ଆପ୍ କାର୍ଯ୍ୟକ୍ଷମ କରାଯାଉ । ଗୋଟିଏ  ମାସ ପାଇଁ ଆବାସ ପ୍ଲସ୍ ଆପ୍ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି । ଯୋଗ୍ୟ ହିତାଧିକାରୀଙ୍କ ତାଲିକା ଆବାସ ପ୍ଲସ୍‌କୁ ସ୍ଥାନାନ୍ତର କରାଯାଉ । କେନ୍ଦ୍ର ସରକାର କେବଳ ୧୪ ଫନି ପ୍ରଭାବିତ ଜିଲ୍ଲା ପାଇଁ ଆପ୍‌ କାର୍ଯ୍ୟକ୍ଷମ କରିଛନ୍ତି । ଏହି କାରଣରୁ ଅନ୍ୟ ୧୬ ଜିଲ୍ଲା ଏଥିରୁ ବଞ୍ଚିତ ହୋଇଛନ୍ତି । ବଞ୍ଚିତ ଜିଲ୍ଲା ମଧ୍ୟରେ କେବିକେ ଓ ଆଦିବାସୀ ଏବଂ ଅନ୍ୟାନ୍ୟ ପଛୁଆ ଅଞ୍ଚଳ ବି ରହିଛି  । ଏଥିପ୍ରତି ଦୃଷ୍ଟି ଦେବାକୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଡିସେମ୍ବର ୧୫, ୨୦୨୦ରେ  ଫନି ପ୍ରଭାବିତ ହୋଇ ନଥିବା ଜିଲ୍ଲାର ୬ ଲକ୍ଷ ହିତାଧିକାରୀଙ୍କୁ ସାମିଲ ପାଇଁ ଲେଖିଥିବା ପତ୍ର  ଉପରେ ବିଚାର କରିବା ସହ ସେମାନଙ୍କୁ ସାମିଲ କରିବା ପାଇଁ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ |   

0
0
0
s2sdefault