ହେଡଲାଇନସ୍:

ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ହଜାରେ କୋଟି ଟଙ୍କାର ଦୁର୍ନୀତି ପ୍ରତିବାଦରେ ବିଜେପି ପକ୍ଷରୁ ବ୍ଲକ ଘେରାଉ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରାଜ୍ୟରେ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ  ଯୋଜନାରେ ପ୍ରାୟ ୧ ଲକ୍ଷରୁ ଉର୍ଦ୍ଧ୍ବ ଘର ଆବଣ୍ଟନରେ ଅନିୟମିତତା ହୋଇଛି । ଏଥିରେ  ହଜାରେ କୋଟି ଟଙ୍କାର ଦୁର୍ନୀତି ହୋଇଛି ପ୍ରତିବାଦରେ ବୁଧବାର ଦିନ ଭାଜପା ପକ୍ଷରୁ ଗଜପତି ଜିଲ୍ଲାର ଗୁମ୍ମା ବ୍ଲକ ଘେରାଉ କରାଯାଇଛି । 

ଗୁମା ବ୍ଲକ ଭାଜପା ସଭାପତି ଶ୍ରୀ କୃଷ୍ଣଚନ୍ଦ୍ର ବିଶୋଇଙ୍କ ନେତୃତ୍ୱରେ ରାଜ୍ୟ ଭାଜପା ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର , ରାଜ୍ୟ ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ବବିତା ପାତ୍ର , ଜିଲ୍ଲା ସଭାପତି ତଥା ପାରଳାଖେମୁଣ୍ଡି ବିଧାୟକ ଶ୍ରୀ କେ: ନାରାୟଣ ରାଓ , ଜିଲ୍ଲା ସାଧାରଣ ସମ୍ପାଦକ ଶ୍ରୀ ନୃସିଂହ ଚରଣ ପଟ୍ଟନାୟକ ଏବଂ ମହିଳା ମୋର୍ଚ୍ଚା ସଂପାଦିକା ଅରୁଣୀମା ସାହୁ ପ୍ରମୁଖ ଗୁମ୍ମା ସ୍ଥିତ ବଜାର ଛକ ଠାରୁ ଏକ ପ୍ରତିବାଦ ପଟୁଆରରେ ଆସି ବ୍ଲକ କାର୍ଯ୍ୟାଳୟ ସାମନାରେ ବିକ୍ଷୋଭ ପ୍ରଦର୍ଶନ କରି ଧାରଣାରେ ବସି ରାଜ୍ୟ ସରକାର ବିରୋଧୀ ସ୍ଲୋଗାନ ଦେଇଥିଲେ । 

ପରେ ବ୍ଲକ ସଭାପତି କୃଷ୍ଣଚନ୍ଦ୍ର ବିଶୋଇଙ୍କ ସଭାପତିତ୍ୱରେ ରାଜ୍ୟ  ନେତୃବୃନ୍ଦ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ଓ ମହିଳା ମୋର୍ଚ୍ଚାର ବବିତା ପାତ୍ର ପ୍ରମୁଖ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ହୋଇଥିବା ବ୍ୟାପକ ଦୁର୍ନୀତି ସେମାନେ ରାଜ୍ୟ ସରକାରଙ୍କ ଉପରେ ଗର୍ଜିଥିଲେ । 

ସେମାନେ କହିଥିଲେ ଯେ , ଗରିବଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୬ ଲକ୍ଷରୁ ଉର୍ଦ୍ଧ୍ବ ପ୍ରଧାନମନ୍ତ୍ରୀ ଆବାସ ଦେଇଛନ୍ତି । ସେହି ଆବାସ ବଣ୍ଟନରେ ହଜାରେ କୋଟି ଟଙ୍କାର ଦୁର୍ନୀତି ହୋଇଛି । ରାଜ୍ୟର ନବୀନ ବିଜେଡି ସରକାର ଦଳୀୟ ଭିତ୍ତିରେ ଏହି ଆବଣ୍ଟନ କରି ମହା ଦୁର୍ନୀତି କରିଛନ୍ତି । ବହୁ ଗରିବ ଲୋକ ଏହି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ହୋଇଛନ୍ତି । 

ଏହି ବ୍ୟାପକ ଦୁର୍ନୀତିରେ ସଂପୃକ୍ତ ଅଧିକାରୀ ମାନଙ୍କୁ ଦଣ୍ଡ ଦିଆଯିବା ସହ ଯୋଗ୍ୟ ଗରିବ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଗାଇ ଦିଆଯାଉ ବୋଲି ଦାବି କରିଥିଲେ । ପରେ ବିଡ଼ିଓ ଶ୍ରୀ ନଟବର ଗରଡଙ୍କୁ ଏକ ଦାବିପତ୍ର ପ୍ରଦାନ କରି ଗୁମ୍ମାବ୍ଲକକୁ ପ୍ରଧାନମନ୍ତ୍ରୀ ଆବାସ ଆସିଥିବା ଓ ବଣ୍ଟନ ଉପରେ ବିସ୍ତୃତ ଆଲୋଚନା କରିଥିଲେ । 

ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ସିଦ୍ଧେଶ୍ବର ମିଶ୍ର , ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ପି: ଲତା ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ବହୁ ଦଳୀୟ ନେତା ଓ କର୍ମୀ ଯୋଗ ଦେଇଥିଲେ।

0
0
0
s2sdefault