ହେଡଲାଇନସ୍:

ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁଙ୍କ ଦ୍ୱାରା ଲୋକାର୍ପିତ ହେଲା ଅଣ୍ଡର ଗ୍ରାଜୁଏଟ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଇ-ଲେକଚର 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର(ଶାସକ ପ୍ରଶାସକ):କୋଭିଡ୍-୧୯ ସ୍ଥିତିରେ ଯେତେବେଳେ ଶ୍ରେଣୀଗୃହରେ ପ୍ରତ୍ୟକ୍ଷ ଶିକ୍ଷାଦାନ ବାଧାପ୍ରପ୍ତ ହୋଇଛି, ସେତେବେଳେ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଇ-ଲେକ୍ଚର ଉପଯୋଗୀ ସାବ୍ୟସ୍ତ ହୋଇପାରିବା ଇ-ଲେକ୍ଚର ମାଧ୍ୟମରେ ଅଣ୍ଡର ଗ୍ରାଜୁଏଟ୍ ଛାତ୍ରଛାତ୍ରୀମାନେ ବହୁଳ ଭାବରେ ଉପକୃତ ହୋଇପାରିବେ ଏବଂ ଏହା ଶିକ୍ଷାଦାନ ପଦ୍ଧତିକୁ ଅଧିକ ସୁଦୃଢ଼ କରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତିା ଆଜି କୃଷିଭବନଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଡ. ସାହୁ ଇ-ଲେକ୍ଚରକୁ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତିା 

ସୂଚନାଯୋଗ୍ୟ ଯେ ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା) ଅନ୍ତର୍ଗତ ଭର୍ଚୁଆଲ ଟିୟୁଟୋରିଆଲ୍ ପ୍ରକଳ୍ପ ୨୦୧୭ ମସିହାରେ ଆରମ୍ଭ କରାଯାଇଥିଲାା ସମୁଦାୟ ୫ କୋଟି ଟଙ୍କାର ଏହି ପ୍ରକଳ୍ପରେ କେନ୍ଦ୍ର ଓ ରାଜ୍ୟ ସରକାର ୬୦:୪୦ ଅନୁପାତରେ ଅର୍ଥ ପ୍ରଦାନ କରିଥିଲୋ ବିଭିନ୍ନ ଅଣ୍ଡର ଗ୍ରାଜୁଏଟ୍ ଛାତ୍ରଛାତ୍ରୀଙ୍କ ପାଇଁ ବିିଭିନ୍ନ ବିଷୟରେ ଇ-ଲେକ୍ଚର ପ୍ରସ୍ତୁତ କରିବା ନିମନ୍ତେ ଉତ୍କଳ ବିଶ୍ୱବିଦ୍ୟାଳୟର ଦୂର-ନିରନ୍ତର ଶିକ୍ଷା ନିର୍ଦ୍ଦେଶାଳୟ(ଡିଡିସିଇ)ଠାରେ ଏକ ଉତ୍ସର୍ଗୀକୃତ ଷ୍ଟୁଡିଓ ନିର୍ମାଣ କରାଯାଇଛିା ଛାତ୍ରଛାତ୍ରୀଙ୍କୁ ସହଜରେ ଉପଲବ୍ଧ କରାଇବା ପାଇଁ ଏନ୍.ଆଇ.ସି ଦ୍ୱାରା ବିକଶିତ କରାଯାଇଥିବା ଏକ ସ୍ୱତନ୍ତ୍ର ପୋର୍ଟାଲ୍ https://vtputkal.odisha.gov.inରେ ପ୍ରସ୍ତୁତ ଇ-ଲେକ୍ଚରଗୁଡ଼ିକ ସ୍ଥାନିତ କରାଯାଇଛିା ଏହା ଦ୍ୱାରା ବହୁସଂଖ୍ୟାରେ ଛାତ୍ରଛାତ୍ରୀ ଏବଂ ଅଧ୍ୟାପକମାନେ ଉପକୃତ ହେବେ ବୋଲି ଆଶା କରାଯାଉଛିା ଆଜିଠାରୁ ଛାତ୍ରଛାତ୍ରୀ ଓ ଅଧ୍ୟାପକମାନେ ନିଶୁଲ୍କ  ଏହି ଇ-ଲେକ୍ଚରଗୁଡ଼ିକୁ ପାଇପାରିବୋ

ବର୍ତ୍ତମାନ ପାଇଁ ପ୍ରଥମ ଓ ଦ୍ୱିତୀୟ ସେମିଷ୍ଟାରର ୧୧ଟି ବିଷୟ ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ପ୍ରାଣୀବିଜ୍ଞାନ, ଉଦ୍ଭିଦ  ବିଜ୍ଞାନ, ରାଜନୀତି ବିଜ୍ଞାନ, ଓଡ଼ିଆ, ଇତିହାସ, ଇଂରାଜୀ, ମନୋବିଜ୍ଞାନ, ବାଣିଜ୍ୟ ଓ ଅର୍ଥନୀତି ବିଷୟର କୋର ପେପରର ଇ-ଲେକ୍ଚର ପ୍ରସ୍ତୁତ କରାଯାଇ ୱେବ  ପୋର୍ଟାଲରେ ଅପ୍ଲୋଡ଼୍ କରାଯାଇଛିା ବାକି ସେମିଷ୍ଟାରର ଏହି ୧୧ଟି ବିଷୟରେ ଇ-ଲେକ୍ଚର ଯଥା ସମୟରେ ଅପ୍ଲୋଡ୍ କରାଯିବା ପରବର୍ତ୍ତୀ ସମୟରେ ଅନ୍ୟ ବିଷୟଗୁଡ଼ିକର ଇ-ଲେକ୍ଚର ପ୍ରସ୍ତୁତ କରାଯିବା 

କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ ପ୍ରଫେସର ଆଶୋକ କୁମାର ଦାସ, ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲୋ 

0
0
0
s2sdefault