ହେଡଲାଇନସ୍:

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅନ୍ତର୍ଗତ ୨ଟି ସଚେତନତା ଅଭିଯାନ ରଥର  ଶୁଭାରମ୍ଭ କଲେ ଜିଲ୍ଲାପାଳ

User Rating: 1 / 5

Star ActiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା ଖରିଫ-୨୦୨୧ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅନ୍ତର୍ଗତ ୨ଟି ସଚେତନତା ଅଭିଯାନ ରଥର କୃଷି ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । 

ଏହି ସଚେତନତା ଅଭିଯାନ ରଥ ଜିଲ୍ଲାର ବିଭିନ୍ନ ଗ୍ରାମାଞ୍ଚଳକୁ ଯାଇ ସେଠାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ କୃଷି ଓ କୃଷକ ମାନଙ୍କୁ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ସମ୍ପର୍କରେ ଅବଗତ କରାଇବ । ଅନ୍ୟପକ୍ଷରେ କୃଷି ସମ୍ବନ୍ଧୀୟ ବିଭିନ୍ନ ପ୍ରକାରର ଉପାଦେୟ ତଥ୍ୟ ଉପରେ ଡ଼ାକବାଜି ଯନ୍ତ୍ର ଓ ପ୍ରଚାର ପତ୍ରବଣ୍ଟନ ମାଧ୍ୟମରେ ସଚେତନ କରାଇବ ବୋଲି ବିଭାଗୀୟ ପକ୍ଷରୁ କୁହାଯାଇଛି । ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ଜିଲ୍ଲାମୁଖ୍ୟ କୃଷି ଅଧିକାରୀ ଶ୍ରୀ କୈଳାଶ ଚନ୍ଦ୍ର ନାୟକଙ୍କ ସମେତକୃଷି ବିଭାଗ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

0
0
0
s2sdefault