ହେଡଲାଇନସ୍:

ଆରମ୍ଭ ହେଲା ଅଭିନବ କାର୍ଯ୍ୟକ୍ରମ  "ମୋ ବାଡ଼ି-ମୋ ବଗିଚା'

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

କୃଷି ମନ୍ତ୍ରୀ ଡ. ସାହୁଙ୍କ ଦ୍ୱାରା ରାଜଧାନୀରେ ହେଲା କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର(ଶାସକ ପ୍ରଶାସକ) : ଭୁବନେଶ୍ୱରକୁ ସବୁଜସୁନ୍ଦର କରିବା ସହ ତଟକା ଫଳ, ପନିପରିବା ଇତ୍ୟାଦି ନିଜ ବାରିରୁ ପାଇବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ପକ୍ଷରୁ "ମୋ ବାଡ଼ି-ମୋ ବଗିଚା' କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛିା କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଆଜି ଏହାର ଶୁଭାରମ୍ଭ କରିଛନ୍ତିା ମନ୍ତ୍ରୀ ଡ. ସାହୁ ଗଙ୍ଗନଗରସ୍ଥିତ କ୍ୱାଟର ନଂ ୨ଆର୍-୩୨ ପରିସରରେ ଫଳଗଛ ଚାରା ରୋପଣ କରି ଏହି କାର୍ଯ୍ୟକ୍ରମକୁ ବିଧିବଦ୍ଧ ଭାବେ ଉଦ୍ଘାଟନ କରିଛନ୍ତିା

ଚଳିତ ବର୍ଷ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ପକ୍ଷରୁ ଭୁବନେଶ୍ୱର ସହରର ଏକ ହଜାର ସରକାରୀ ବାସଭବନରେ ୨ଟି ଆମ୍ବ, ୨ଟି ପଣସ ଓ ୨ଟି ବେଲ ଚାରା ସହ ପନିପରିବା ପୁଡ଼ିଆ ଓ ଖତସାର ଇତ୍ୟାଦି ବଣ୍ଟନ କରିବା କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛିା ଭୁବନେଶ୍ୱରର ସରକାରୀ କ୍ୱାଟରଗୁଡ଼ିକରେ ଥି ବା ଖାଲି ଜାଗାରେ ଫଳଗଛ ଲଗାଇବା ଦ୍ୱାରା ପରିବେଶ ସନ୍ତୁଳନ ସହିତ ଗଛର ଛାଇ ଓ ସୁସ୍ୱାଦୁ ଫଳ ପାଇହେବା ରାଜ୍ୟ ସରକାରଙ୍କ ଏହି ଯୋଜନାରେ ଫଳଗଛ ଚାରା ଯଥା ଆମ୍ବ, ପଣସ ଓ ବେଲ ଚାରା ସହ ପନିପରିବା ମଂଜି କିଟ୍ ଏବଂ ଜୈବିକ ସାର ଓ ଔଷଧ ତଥା ରୋପଣ ବିଧିର ପୁସ୍ତିକା ବିନାମୂଲ୍ୟରେ ଯୋଗାଇଦେବାର ବ୍ୟବସ୍ଥା ରହିଛିା ତେଣୁ ସରକାରଙ୍କ ଏହି ପ୍ରୟାସରେ ସମସ୍ତଙ୍କୁ ଭାଗୀଦାର ହେବା ପାଇଁ ମନ୍ତ୍ରୀ ଡ. ସାହୁ ଆହ୍ୱାନ ଦେବା ସହିତ ଏହି କାର୍ଯ୍ୟକ୍ରମ ଭୁବନେଶ୍ୱରକୁ ସବୁଜସୁନ୍ଦର କରି ଗଢ଼ିତୋଳିବାରେ ସହାୟକ ହେବ ବୋଲି କହିଛନ୍ତିା ଏହି ଅବସରରେ ଜନସାଧାରଣଙ୍କ ମଧ୍ୟରେ ବୃକ୍ଷରୋପଣ ତଥା ଫଳଗଛ ଲଗାଇବା ଦିଗରେ ସଚେତନତା ବୃଦ୍ଧି କରିବା ପାଇଁ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟର ପ୍ରଚାରଗାଡ଼ିକୁ ମନ୍ତ୍ରୀ ଡ. ସାହୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲୋ

କାର୍ଯ୍ୟକ୍ରମରେ ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା, ମୃର୍ତ୍ତିକା ସଂରକ୍ଷଣ ଓ ଜଳଛାୟା ଉନ୍ନୟନ ନିର୍ଦ୍ଦେଶକ  ହେମନ୍ତ କୁମାର ପଣ୍ଡାଙ୍କ ସମେତ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲୋ 

0
0
0
s2sdefault