ହେଡଲାଇନସ୍:

ଶ୍ରୀ ହରିଚନ୍ଦନଙ୍କ ପଛୁଆ ବର୍ଗ ବିରୋଧୀ ମନ୍ତବ୍ୟ ଅତ୍ୟନ୍ତ ଦୁର୍ଭାଗ୍ୟଜନକ: ବିଜେଡି

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ଶ୍ରୀ ପୃଥୀରାଜ ହରିଚନ୍ଦନ ଓଡ଼ିଶା ବିଧାନସଭାର ସଦସ୍ୟ ହୋଇନଥିବାରୁ ରାଜ୍ୟରେ ପଛୁଆବର୍ଗଙ୍କ ଗଣନା ପାଇଁ ତାଙ୍କରି ଦଳ ଓଡ଼ିଶା ରାଜ୍ୟ ପଛୁଆ ବର୍ଗ (ସଂଶୋଧନ) ବିଲ୍ ପାରିତ କରିବା ଲାଗି ଫେବୃଆରୀ, ୨୦୨୦ ରେ ବିଧାନସଭାରେ ସମର୍ଥନ କରିଥିବା ବିଷୟ ସେ ଜାଣିନାହାନ୍ତି ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ସୁଶ୍ରୀ ଇପ୍ସିତା ସାହୁ । 

ବିଜେପି ନେତା ପୃଥୀରାଜ ହରିଚନ୍ଦନଙ୍କୁ ଜବାବ ଦେଇ ବିଜେଡି ପ୍ରବକ୍ତା କହିଛନ୍ତି ଯେ ଏହି ବିଲ୍କୁ ବିଜେପି ସମେତ ଓଡିଶା ବିଧାନସଭାର ସମସ୍ତ ରାଜନୈତିକ ଦଳ ସର୍ବସମ୍ମତି କ୍ରମେ ପାରିତ କରିଥିଲେ । ହେଲେ ଦୁର୍ଭାଗ୍ୟଜନକ ଭାବେ ଶ୍ରୀ ହରିଚନ୍ଦନ ଏହାକୁ ସହଜରେ ଭୁଲି ଯାଇଛନ୍ତି କିମ୍ବା ଏ ବିଷୟରେ ଆଦୌ ଅବଗତ ନୁହଁନ୍ତି ।

ତାଙ୍କର ଏଭଳି ବିବୃତ୍ତି ଆଜି ଓଡିଶା ବିଜେପି ଓ ଏହାର ପଛୁଆ ବର୍ଗ ବିରୋଧି ମନୋଭାବକୁ ପଦାରେ ପକାଇ ଦେଇଛି । ୨୦୨୦ ମସିହାରେ ପଛୁଆ ବର୍ଗଙ୍କ ଗଣନା ପାଇଁ ଓଡିଶା ବିଜେପି ଏହି ବିଲ୍‍ ପାରିତ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ପଦକ୍ଷେପକୁ ସମର୍ଥନ କରିଥିବାବେଳେ ଆଜି ପଛୁଆ ବର୍ଗଙ୍କ ସ୍ୱାର୍ଥ ବିରୁଦ୍ଧରେ ଓଡ଼ିଶା ବିଜେପିର ଏଭଳି ପରିବର୍ତ୍ତନ ଅତ୍ୟନ୍ତ ଦୁଃଖଦାୟକ ଏବଂ ଦୁର୍ଭାଗ୍ୟଜନକ ବୋଲି ସୁଶ୍ରୀ ସାହୁ କହିଛନ୍ତି ।

ଆମେ ଆଶା କରୁଛୁ ଓଡିଶା ବିଜେପି ଏବଂ ଶ୍ରୀ ହରିଚନ୍ଦନଙ୍କର ସଦ୍‍ବୁଦ୍ଧି ଉଦୟ ହେଉ ଏବଂ ସେ ତାଙ୍କର ଏଭଳି ଦାୟିତ୍ୱହୀନ ମନ୍ତବ୍ୟ ପ୍ରତ୍ୟାହାର କରିବା ସହିତ ଓଡିଶାର ପଛୁଆ ବର୍ଗଙ୍କ ନିକଟରେ କ୍ଷମା ପ୍ରାର୍ଥନା କରନ୍ତୁ ବୋଲି ବିଜେଡି ପ୍ରବକ୍ତା କହିଛନ୍ତି । 

 

0
0
0
s2sdefault