କୋଭିଡ୍ ନିୟମାବଳୀ ମଧ୍ୟରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ
ଭୁବନେଶ୍ୱର(ଶାସକ ପ୍ରଶାସକ) : ଚଳିତ ବର୍ଷ ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ କୋଭିଡ୍ ମାର୍ଗଦର୍ଶିକା ମଧ୍ୟରେ ୟୁନିଟ୍-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବା ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବୋ
ଆଜି ଅପରାହ୍ନ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୧ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛିା କୋଭିଡ୍ ମାର୍ଗଦର୍ଶିକାର ସଠିକ୍ ଅନୁପାଳନ କରାଯାଇ ସ୍ୱଳ୍ପସଂଖ୍ୟକ ଅତିଥି, କୋଭିଡ୍ ଯୋଦ୍ଧା, ଅଧିକାରୀ ଏବଂ କର୍ମଚାରୀଙ୍କୁ ନେଇ ସ୍ୱାଧୀନତା ଦିବସ ଆୟୋଜିତ ହେବା ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକରେ ଗୁରୁତ୍ୱ ଦେଇଥିଲୋ ଗୃହ ବିଭାଗ ଦ୍ୱାରା ଚିହ୍ନଟ ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥି ଓ କୋଭିଡ୍ ଯୋଦ୍ଧାଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲାା
ଚଳିତ ସ୍ୱାଧୀନତା ଦିବସ ଅବସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିିଭିନ୍ନ କୋଠା, ସରକାରୀ ଉଦ୍ୟୋଗ ଓ ପ୍ରମୁଖ କୋଠାର ଆଲୋକୀକରଣ ବିଷୟରେ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛିା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଉତ୍ସବ ସ୍ଥଳର ସାନିଟାଇଜେସନ୍ ଓ ପିଇବା ପାଣି ବ୍ୟବସ୍ଥା କରାଯିବା ସେହିପରି ସୁରକ୍ଷା ବ୍ୟବସ୍ଥା ତଥା ଟ୍ରାଫିକ୍ ନିୟନ୍ତ୍ରଣକୁ ଡିସିପି, ଭୁବନେଶ୍ୱର ପରିଚାଳନା କରିବୋ ପୂର୍ବବର୍ଷ ପରି ନୂଆଦିଲ୍ଲୀ, କୋଲକାତା, ଚେନ୍ନାଇ, ମୁମ୍ବାଇଠାରେ ବିଭାଗ ପକ୍ଷରୁ ଉତ୍ସବ ପାଳନ କରାଯିବା ସେହିପରି ଆର୍ଡିସି ଜୋନ୍, ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ କୋଭିଡ୍ ନିୟମାବଳୀ ମଧ୍ୟରେ ସ୍ୱାଧୀନତା ଦିବସ ପାଳନ କରାଯିବା
ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ନିରଞ୍ଜନ ସେଠୀ, ଓଡ଼ିଶା ରିଭ୍ୟୁ ଓ ଉତ୍କଳ ପ୍ରସଙ୍ଗର ସଂପାଦକ ଡ. ଲେନିନ୍ ମହାନ୍ତି, ଯୁଗ୍ମ ଶାସନ ସଚିବ ଶ୍ରୀମତୀ ବିଷ୍ଣୁପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ପ୍ରମୋଦ କୁମାର ମଲ୍ଲିକ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ର କୁମାର ପରିଡ଼ା ଏବଂ ଉପନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲୋ ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଂପର୍କରେ ବିବରଣୀ ଉପସ୍ଥାପନା କରିଥିଲୋ








