ଦୁଇ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା

ଭୁବନେଶ୍ୱର (ଶାସକ ପ୍ରଶାସକ) : ଆନ୍ଧ୍ର ପ୍ରଦେଶ ର ଗୁଣ୍ଟୁର ର ଏକ ମାଛ ଫାର୍ମରେ ବିଦ୍ୟୁତ ଦୁର୍ଘଟଣାରେ ଗୁଣୁପୁରର ଛଅ ଜଣ ଶ୍ରମିକ ପ୍ରାଣ ହରାଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।








