ହେଡଲାଇନସ୍:

ସୁଖବର : ସମ୍ କୋଭିଡ୍ ହସ୍ପିଟାଲରୁ ସୁସ୍ଥ ହୋଇ ଘରକୁ ଫେରିଲେ ଶତାୟୁ 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : କରୋନା ମହାମାରୀର ଦ୍ୱିତୀୟ ଲହରୀର କଷ୍ଟ ଏବଂ ତୃତୀୟ ଲହରୀର ଆଶଙ୍କା ମଧ୍ୟରେ ସମ୍ କୋଭିଡ ହସ୍ପିଟାଲରୁ ଆସିଛି ଏକ ଖୁବ୍ ଭଲ ଖବର । କୋଭିଡ୍ ଅନେକ ଚିହ୍ନା ଓ ଅଚିହ୍ନା ମୁହଁ ଛଡାଇ ନେଉଥିବା ବେଳେ ଅନେକ ଗୁରୁତର ହୋଇ ହସ୍ପିଟାଲରେ  କଷ୍ଟ ଭୋଗୁଛନ୍ତି । ତେବେ ସମ୍ କୋଭିଡ ହସ୍ପିଟାଲରୁ  ସୁସ୍ଥ ହୋଇ ଘରକୁ ଫେରିଛନ୍ତି କୋଭିଡ୍ ଆକ୍ରାନ୍ତ ହୋଇଥିବା ଜଣେ ଶତାୟୁ ବୃଦ୍ଧ ।

ଭୁବନେଶ୍ୱର ସ୍ଥିତ ଝାରପଡା ଅଂଚଳର ୧୦୦ ବର୍ଷୀୟ ବୃନ୍ଦାବନ ସାମଲ୍ ଗତ ୨୬ ତାରିଖରେ କରୋନା ସଂକ୍ରମିତ ହେବା ପରେ ସମ୍ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ । ହସ୍ପିଟାଲରେ ଭର୍ତି ହେବା ସମୟରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଂକଟାପନ୍ନ ଥିଲା ଏବଂ ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତି କରାଯାଇଥିଲା । କରୋନା ସଂକ୍ରମଣ ପରେ ସେ ନିମୋନିଆରେ ପିଡ଼ିତ ଥିବା ସହ ସେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିଲେ । ଏଥି ସହିତ ତାଙ୍କର କିଡ୍ନି ଜନିତ ସମସ୍ୟା ମଧ୍ୟ ପୂର୍ବରୁ ରହିଥିଲା ।

ତେଣୁ ତାଙ୍କର ଚିକିତ୍ସା ଡାକ୍ତରଙ୍କ ପାଇଁ ଏକ ଚ୍ୟାଲେଞ୍ଜ ଥିଲା । ମାତ୍ର ସମ୍ କୋଭିଡ ହସ୍ପିଟାଲର  ଡାକ୍ତର, ନର୍ସ ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟକର୍ମୀ ମାନଙ୍କର ଉତମ ଚିକିତ୍ସା, ସେବା ଓ ଯତ୍ନ ଫଳରେ ଏହି ଶତାୟୁ ବୃଦ୍ଧ ଜଣକ ହସ୍ପିଟାଲରେ  ବେଶ୍ କିଛି ଦିନ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ବୃନ୍ଦାବନ ଘରକୁ ଫେରିବା ପରେ ତାଙ୍କ ପରିବାରରେ ଖୁସିର ଲହରୀ ଖେଳିଯାଇଛି । ସମ୍ କୋଭିଡ୍ ହସ୍ପିଟାଲ୍କୁ ଅନେକ ପ୍ରଶଂସା କରିଛନ୍ତି ତାଙ୍କ ପରିବାର । ହସ୍ପିଟାଲ୍ର ଡାକ୍ତର, ନର୍ସ ମାନଙ୍କର ଚିକିତ୍ସା ଓ ସେବାକୁ ହାର୍ଦ୍ଧିକ କୃତଜ୍ଞତା ଜଣାଇଛନ୍ତି ତାଙ୍କ ନାତି ଆଲୋକ ସାମଲ । ବିଶେଷ ଭାବେ ନର୍ସମାନେ ନିଜ ହାତରେ ବୃଦ୍ଧଙ୍କୁ ଖାଦ୍ୟ ଖୁଆଇ ଦେବାକୁ ବେଶ ପ୍ରଶଂସାକରିଛନ୍ତି ତାଙ୍କ ନାତି । ସମ୍ କୋଭିଡ ହସ୍ପିଟାଲ୍ ଯୋଗୁ ହିଁ ତାଙ୍କ ଜେଜେ ଘରକୁ ଫେରିପାରିଲେ ବୋଲି ସେ କହିଛନ୍ତି ।

ପୂର୍ବରୁ କୋଭଡି୍ର ପ୍ରଥମ ଏବଂ ଦ୍ୱିତୀୟ ଲହରୀରେ ୯୦ ବର୍ଷରୁ ଉର୍ଧ୍ଵ  ଅନେକ ବୟୋଜ୍ୟେଷ୍ଠ  ପୁରୁଷ ଓ ମହିଳା ସମ୍ କୋଭିଡ୍ ହସ୍ପିଟାଲରୁ  ସୁସ୍ଥ ହୋଇ ଘରକୁ ଫେରିବାର ନଜିର ରହିଛି ।

 

0
0
0
s2sdefault