ହେଡଲାଇନସ୍:

ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ, କେଉଁ ମନ୍ତ୍ରୀ ଯିବେ କେଉଁଠିକି !

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

Independence Day Special: Know 10 Lesser Known Facts About Tricolour, The  National Flag Of India | Odisha

ଭୁବନେଶ୍ବର: ୟୁନିଟ-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ ପାଳନ କରାଯିବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ। ଏହା ବାଦ୍ କେଉଁ ମନ୍ତ୍ରୀ କେଉଁ ଜିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିବେ, ସେ ସମ୍ପର୍କରେ ଗୃହ ବିଭାଗ ପକ୍ଷରୁ ଆଜି ତାଲିକା ପ୍ରସ୍ତୁତ କରାଯାଇଛି।
ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କରିବାକୁ ଥିବା ବେଳେ କନ୍ଧମାଳରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଗଞ୍ଜାମରେ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ପୁରୀରେ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, କଟକରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ମୟୂରଭଞ୍ଜରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, ସୁନ୍ଦରଗଡ଼ରେ କୃଷି ମନ୍ତ୍ରୀ ଅରୁଣ ସାହୁ, ବଲାଙ୍ଗୀରରେ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ, କଳାହାଣ୍ଡିରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, କୋରାପୁଟରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ଗଜପତିରେ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା, ନୂଆପଡ଼ାରେ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ସମ୍ବଲପୁରରେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବାଲେଶ୍ବରରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ଅନୁଗୁଳରେ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସୋନପୁରରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, କେନ୍ଦୁଝରରେ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ମାଲକାନଗିରିରେ ହସ୍ତତନ୍ତ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ନବରଙ୍ଗପୁରରେ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ପତାକା ଉତ୍ତୋଳନ କରିବେ।
ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆର୍‌ଡିସି ଓ ରାଉରକେଲାରେ ଉତ୍ତରା‌ଞ୍ଚଳ ଆର୍‌ଡିସି ପତାକା ଉତ୍ତୋଳନ କରିବେ। ଖୋର୍ଦ୍ଧା, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ରାୟଗଡ଼ା ଓ ନୟାଗଡ଼ରେ ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରିବେ।

0
0
0
s2sdefault