ହେଡଲାଇନସ୍:

ବିଜୁ ଜନତା ଦଳର କର୍ମୀ ସମ୍ମିଳନୀ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ବରଗଡ :- ଆଜି ବରଗଡ଼ ଟାଉନ ହଲ ଠାରେ ଆୟୋଜିତ ବରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳ ତରଫରୁ କର୍ମୀ ସମାବେଶ ଅନୁଷ୍ଠିତ ହୋଇଥିଲା । ଏହି ସମାବେଶରେ ବରଗଡ଼ ଜିଲ୍ଲା ବରିଷ୍ଠ ପର୍ଯ୍ୟବେକ୍ଷକ ତଥା ରାଜ୍ୟ ଅର୍ଥ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ,ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ,ବିଧାୟକ ତଥା ବରଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ ଶ୍ରୀ ସୁଧୀର ସାମଲ,  ବିଧାୟକ ତଥା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ଦେବେଶ ଆଚାର୍ଯ୍ୟ,ପୂର୍ବତନ ବିଧାୟକ ଶ୍ରୀ ସାଧୁ ନେପାକ,ଜିଲ୍ଲା ଯୁବ ସଭାପତି ଶ୍ରୀ ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ, ଓଡ଼ିଶା ମୋ ପରିବାର ଜିଲ୍ଲା ସଂଯୋଜକ ଗୌର ହରି ମିଶ୍ର,ଏପିକଲ ଅଧ୍ୟକ୍ଷ ପ୍ରଭାତ ଆଦିତ୍ୟ ମିଶ୍ର, ଟାଉନ୍ ସଭାପତି କିଶୋର ମିଶ୍ର, ଜିଲ୍ଲା ଛାତ୍ର ସଭାପତି କରନ ସିକନ୍ଦର, ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତି ମଞ୍ଜୁ ପଣ୍ଡା,ପୂର୍ବତନ ମ୍ୟୁନ୍ସିପାଲଟି ଅଧ୍ୟକ୍ଷ ପ୍ରଶାନ୍ତ ବେହେରା, ଟାଉନ୍ ମହିଳା ସଭାପତି କଳ୍ପନା ମାଝୀ, ବରିଷ୍ଠ ନେତା ଅଚ୍ୟୁତାନନ୍ଦ ମହାପାତ୍ର, ବ୍ଲକ୍ ସଭାପତି ପ୍ରଫୁଲ୍ଲ ନାଏକ, କୃଷକ ସଭାପତି ସମୀର ସିଂ,ବ୍ଲକ୍ ଯୁବ ସଭାପତି ଖିରୋଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଏହି ସମାବେଶରେ ବରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳର ସମସ୍ତ କର୍ମକର୍ତ୍ତା ଯୋଗ ଦେଇଥିଲେ।

0
0
0
s2sdefault