ବଲାଙ୍ଗିର ସଦଭାବନା ଦିବସ ଅବସରରେ ଆଜି ଏକ ଶପଥ ପାଠ କାର୍ଯକ୍ରମ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଅଛି। ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶପଥ ପାଠ କାର୍ଯକ୍ରମ ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଲାଗୁରୀ ସଦଭାବନା ଦିବସ ର ଶପଥ ପାଠ କରାଇଥିଲେ। ଏହି ଶପଥ ପାଠ କାର୍ଯକ୍ରମ ରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ରୀନା ନାୟକ, ଡେପୁଟି କଲେକ୍ଟର ଦିବାକର ବାଗ, ଇପ୍ସିତା ପାତ୍ର,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନବକୃଷ୍ଣ ସାହୁ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ।
ରାଜ୍ୟ
ସଦଭାବନା ଦିବସ ଉପଲକ୍ଷେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଶପଥ ପାଠ କାର୍ଯ୍ୟକ୍ରମ
- Hits: 348








