ହେଡଲାଇନସ୍:

ଡିଜିଟାଲ ଟେକ୍ନୋଲୋଜିରେ ଦକ୍ଷ ହେବେ ଶିକ୍ଷକ-ଶିକ୍ଷୟିତ୍ରୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

୫-ଟି ହାଇସ୍କୁଲ୍ ଟ୍ରାନ୍ସଫରମେସନ କାର୍ଯ୍ୟକ୍ରମ'ରେ ଆରମ୍ଭ ହେଲା ସ୍ୱତନ୍ତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର(ଶାସକ ପ୍ରଶାସକ) : ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବୈପ୍ଳବିକ ପରିବର୍ତ୍ତନ ଆଣିବାକୁ ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ୫-ଟି ହାଇସ୍କୁଲ୍ ଟ୍ରାନ୍ସଫରମେସନ କାର୍ଯ୍ୟକ୍ରମ' ଅନ୍ତର୍ଗତ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଗୁରୁବାରଠାରୁ ଆରମ୍ଭ ହୋଇଛିା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ହୋଇଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ(ଓସେପା) କାର୍ଯ୍ୟାଳୟଠାରେ ଭର୍ଚୁଆଲ୍ ମୋଡରେ ଅନୁଷ୍ଠିତ ହୋଇଥିଲାା ଏଥିରେ ଗଞ୍ଜାମ ଜିଲ୍ଲାର ୫୦ଟି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ସହକାରୀ ଶିକ୍ଷକ-ଶିକ୍ଷୟିତ୍ରୀମାନ ଯୋଗଦେଇଥିଲୋ ଏହି ଅବସରରେ ଶିକ୍ଷକମାନଙ୍କୁ ଡିଜିଟାଲ ତଥା ସ୍ମାର୍ଟବୋର୍ଡ ମାଧ୍ୟମରେ କିଭଳି ଶିକ୍ଷାଦାନ କରିବେ ସେ ନେଇ ଅବଗତ କରାଯାଇଥିଲାା
ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲୋ କାର୍ଯ୍ୟକ୍ରମରେ ପ୍ରମୁଖ ସଚିବ ଶ୍ରୀ ସାହୁ ସମସ୍ତ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ମାର୍ଟ ଶ୍ରେଣୀଗୃହର ବ୍ୟବହାର କରି ଉତ୍ତମ ମାନର ଶିକ୍ଷାଦାନ ଲାଗି ଆହ୍ୱାନ ଦେଇଥିଲୋ ଛାତ୍ରଛାତ୍ରୀଙ୍କ ବୌଦ୍ଧିକ ବିକାଶ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀଙ୍କର ଦାୟିତ୍ୱ ହେବା ଉଚିତ ବୋଲି ସେ କହିବା ସହ ସ୍ମାର୍ଟ କ୍ଲାସ୍ "ବ୍ଲେଣ୍ଡେଡ୍ ଲର୍ଣ୍ଣିଂ'ର ଉପଯୋଗ ଉପରେ ଗୁରୁତ୍ୱ ଦେଇଥିଲୋ
"୫-"ଟି' ହାଇସ୍କୁଲ୍ ଟ୍ରାନ୍ସଫରମେସନ କାର୍ଯ୍ୟକ୍ରମ'ରେ ଅନ୍ତର୍ଭୁକ୍ତ ହୋଇଥିବା ସମସ୍ତ ବିଦ୍ୟାଳୟର ପାସ୍ହାର ଯେପରି ଶତ ପ୍ରତିଶତ ରହିବ ଏବଂ ଅଧିକରୁ ଅଧିକ ଛାତ୍ରଛାତ୍ରୀ ଯେପରି "ଏ-୧' ଗ୍ରେଡ୍ରେ କୃତକାର୍ଯ୍ୟ ହେବେ ତାହା ଉପରେ ଗୁରୁତ୍ୱ ଦେବାକୁ ପ୍ରମୁଖ ସଚିବ ସମସ୍ତ ପ୍ରଧାନଶିକ୍ଷକ ଏବଂ ଶିକ୍ଷକଙ୍କୁ ପରାମର୍ଶ ଦେଇଥିଲୋ ଶିକ୍ଷକଙ୍କୁ ଡିଜିଟାଲ ଟେକ୍ନୋଲୋଜିରେ ଦକ୍ଷ କରିବା ଆମ
ଲକ୍ଷ୍ୟା ଆଗାମୀ ଦିନରେ ନିରନ୍ତର ଭାବରେ ପର୍ଯ୍ୟାୟକ୍ରମେ ସମସ୍ତ ଶିକ୍ଷକଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯିବ ବୋଲି ସେ କହିଥିଲୋ ପାଠ୍ୟଖସଡ଼ା ଅନୁଯାୟୀ ସ୍ମାର୍ଟବୋର୍ଡରେ ପାଠ ପଢାଇବାକୁ ସେ ନିର୍ଦ୍ଦେଶ ଦେଇଥିଲୋ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପ୍ରସ୍ତୁତ ନିରନ୍ତର ପାଠ୍ୟକ୍ରମ ମୂଲ୍ୟାଙ୍କନ ପଦ୍ଧତି ଅନୁଯାୟୀ ଉପଲବ୍ଧ ଇ-କଣ୍ଟେଣ୍ଟଗୁଡ଼ିକ ପର୍ଯ୍ୟାୟ କ୍ରମେ ବ୍ୟବହାର କରାଯିବ ଏବଂ ଶିକ୍ଷକମାନେ ନିଜେ ଯେପରି କଣ୍ଟେଣ୍ଟ୍ ପ୍ରସ୍ତୁତ କରିପାରିବେ ସେଥିଲାଗି ଜିଲ୍ଲାସ୍ତରରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯିବ ବୋଲି ସେ କହିଥିଲୋ ଏହି ଅବସରରେ ବିଭିନ୍ନ ବିଷୟର ପ୍ରଶିକ୍ଷକମାନେ ଉପସ୍ଥିତ ଶିକ୍ଷକଶିକ୍ଷୟିତ୍ରୀଙ୍କୁ ଡିଜିଟାଲ ଶିକ୍ଷାଦାନ ପ୍ରଣାଳୀ ସମ୍ପର୍କରେ ପ୍ରଶିକ୍ଷଣ ଦେଇଥିଲୋ ଆଗାମୀଦିନରେ ଅନ୍ୟ ବିଦ୍ୟାଳୟଗୁିକର ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ମଧ୍ୟ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସାମିଲ କରାଯିବା

0
0
0
s2sdefault