ହେଡଲାଇନସ୍:

ଗଞ୍ଜାମ ଦମ୍ପତ୍ତିଙ୍କ ଗଜପତି ଜିଲ୍ଲାରୁ ପୋଷ୍ୟ ସନ୍ତାନ ଗ୍ରହଣ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ: ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୨୨ତମ ଶିଶୁକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ପୋଷ୍ୟ ସନ୍ତାନ ଭାବେ ଗଞ୍ଜାମ ଜିଲ୍ଲାର ଗୋଟିଏ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି।
ଏହି ଲକ୍ ଡାଉନ୍ ଏବଂ ସଟ୍ ଡାଉନ୍ ସମୟରେ ଜିଲ୍ଲାର ବିଭିନ୍ନ ଜାଗାରୁ ପରିତ୍ୟକ୍ତ ଏବଂ ସମର୍ପିତ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ''ନିସାନ ସାଲୋମ" ପାରଳାଖେମୁଣ୍ଡିରେ ରଖାଯିବା ସହ ସେମାନଙ୍କର ଆଡପସନ ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ କରାଯାଇଥିଲା।
ପରବର୍ତ୍ତୀ ମୁହୁର୍ତ୍ତରେ ଶିଶୁଟିକୁ ଶିଶୁ ମଙ୍ଗଳ ସମିତି , ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ । ଯାହାଦ୍ୱାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତ୍ତିଙ୍କ ପାଖକୁ ଯାଇପାରିବ , ତାହା ସମସ୍ତଙ୍କୁ ପୋର୍ଟାଲ ମାଧ୍ୟମରେ ଜଣାଇ ଦିଆଯାଇଥିଲା।
ପରବର୍ତ୍ତୀ ମୁହୂର୍ତ୍ତରେ ବର୍ଷ ବର୍ଷ ଧରି ସନ୍ତାନ ପାଇଁ ଅନ୍ ଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଦମ୍ପତ୍ତି ମାନଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ।
ଉପରୋକ୍ତ ଦମ୍ପତ୍ତି ଶାରୀରିକ ଭାବେ ଶିଶୁକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ତାପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ,ଗଜପତି ପ୍ରସ୍ତୁତ କରିଥିଲେ।
ପରବର୍ତ୍ତୀ ମୂହୁର୍ତ୍ତରେ ସମସ୍ତ ଦସ୍ତାବିଜକୁ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଶୁକ୍ରବାର ଦିନ ଶିଶୁଟିକୁ ଗଞ୍ଜାମର ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା।
ଏହି ଶିଶୁଟି ପୁତ୍ର ସନ୍ତାନ ହୋଇଥିଲା ବେଳେ ଶିଶୁଟିକୁ ପାଇ ଦମ୍ପତ୍ତି ବେଶ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା।
ଏହି ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ଅରୁଣ କୁମାର ତ୍ରିପାଠୀ , ଗୁରାଣ୍ଡି ସ୍ୱାସ୍ଥ୍ୟ କେନ୍ଦ୍ରର ସ୍ୱାସ୍ଥ୍ୟସେବା ଯୋଗାଉଥିବା ଡାକ୍ତର ଶ୍ରୀଯୁକ୍ତ ମିଲନ୍ କୁମାର ଅଧିକାରୀ , ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଏବଂ ସ୍ୱତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର କର୍ମକର୍ତ୍ତା ଉପସ୍ଥିତ ଥିଲେ।

0
0
0
s2sdefault