ହେଡଲାଇନସ୍:

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ବିଜ୍ଞାନ ପ୍ରଦର୍ଶନୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଗଣପତି ସାବତ ଫାଉଣ୍ଡେସନ,ଭୁବନେଶ୍ୱର ଆନୁକୂଲ୍ୟରେ ହାଇସ୍କୁଲ ପିଲାଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏକ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା। ଇତ୍ୟବସରରେ ପ୍ରଥମେ ସମସ୍ତ ଅତିଥିଙ୍କ ଦ୍ୱାରା ଦୀପ ପ୍ରଜ୍ଵଳନ ହୋଇଥିଲା। ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର ଅବସର ପ୍ରାପ୍ତ ଉଦ୍ଭିଦ ବିଜ୍ଞାନର ପ୍ରଫେସର ଡ଼ଃ ମଳୟ କୁମାର ମିଶ୍ର ଯୋଗ ଦେଇଥିଲେ।
ବିଦ୍ୟାଳୟର ପରିଚାଳନା ସମିତିର ସଦସ୍ୟ ଶ୍ରୀ ଉଦୟ ନାରାୟଣ ମିଶ୍ର ସଭାପତିତ୍ୱ କରିଥିଲେ। ନୀଳକଣ୍ଠ ନଗର ସରସ୍ୱତୀ ଡିଗ୍ରୀ ବିଦ୍ୟା ମନ୍ଦିରର ଅଧ୍ୟକ୍ଷ ଡ଼ଃ. ସୁବ୍ରତ ପାଣିଗ୍ରାହୀ , ଖଣ୍ଡଦେଉଳି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ଼ଃ ଶଙ୍କର ନାରାୟଣ ବେଜ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ଅନ୍ୟାନ୍ୟ ଅତିଥିଭାବେ ଗଜପତି ଜିଲ୍ଲାର ବିଜ୍ଞାନ ପର୍ଯ୍ୟବେକ୍ଷକ ଶ୍ରୀ ସାତ୍ମିକ ପଟ୍ଟନାୟକ, ଅବସର ପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀ ବିନୋଦ ଚନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ।
ଗଣେଶ ସାବତ ଫାଉଣ୍ଡେସନ ସଭାପତି ବିଜ୍ଞାନ ମେଳାର ଉଦଘାଟନ କରିଥିଲେ। ବିଦ୍ୟାଳୟର ବିଜ୍ଞାନ ଆଚାର୍ଯ୍ୟା ଶ୍ରୀମତୀ ଶ୍ରଦ୍ଧାମୟୀ ପାଢ଼ୀଙ୍କ ତତ୍ତ୍ୱାବଧାନରେରେ ଚଳିତ ବର୍ଷ ୬୬ଟି ପ୍ରକଳ୍ପ ଜିଲ୍ଲାର ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରଦର୍ଶିତ ହୋଇଥିଲା। ତନ୍ମଧ୍ୟରୁ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ,ପାରଳାଖେମୁଣ୍ଡିର ଛାତ୍ରୀ ସୁଶ୍ରୀ ଲିପ୍ ସିତା ଖଡଗରାୟ ପ୍ରଥମ ସ୍ଥାନ , ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଶ୍ରୀମାନ୍ ତରୁଣ ଦାସ ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ବେଳେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର,ପାରଳାଖେମୁଣ୍ଡିର ଛାତ୍ରୀ ସୁଶ୍ରୀ ସୁଚିତା ପଟ୍ଟନାୟକ ତୃତୀୟ ସ୍ଥାନ ଅଧିକାର କରିଥିଲେ। ସମସ୍ତ କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସରୋଜ କୁମାର ପଣ୍ଡା ପରିଚାଳନା କରିଥିବାବେଳେ ବିଦ୍ୟାଳୟର ସହ ପ୍ରଧାନ ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ। ସମସ୍ତ ଗୁରୁଜୀ ଗୁରୁମାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହ ଅନୁଷ୍ଠିତ ହୋଇଥିଲା।

0
0
0
s2sdefault