
କୋଲକାତା : ପୂର୍ବତନ ବିଜେପି ସାଂସଦ ବାବୁଲ ସୁପ୍ରିଓ "ରାଜନୀତି ଛାଡିବା" କଥା ଘୋଷଣା କରିବାର କିଛି ଦିନ ପରେ ତୃଣମୂଳ କଂଗ୍ରେସରେ ଯୋଗ ଦେଇଛନ୍ତି | ପରିବେଶ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ କୁହାଯିବାର ଏକ ମାସ ପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିଓ ଆଜି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସରେ ଯୋଗ ଦେଇଛନ୍ତି।











