ଭୁବନେଶ୍ୱର(ଶାସକ ପ୍ରଶାସକ) : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ ଦେବ, ଓମ୍ବାଡିସିର ମୁଖ୍ୟ ନିର୍ବାହୀ ଅଧ#କାରୀ ଉମାନାନ୍ଦୁରୀ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଉପସ୍ଥିତିରେ ସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଥିଲାା
ଉକ୍ତ ବୈଠକର ନିଷ୍ପତ୍ତି ଅନୁଯାୟୀ ହାଇସ୍କୁଲ ରୂପାନ୍ତରୀକରଣ କାର୍ଯ୍ୟକ୍ରମ ଅଧୀନରେ ନୂତନ ଭାବେ ୮୮୯ ସ୍କୁଲ ପାଇଁ ୫୩୩ କୋଟି ୪୦ ଲକ୍ଷ ଟଙ୍କାର ନୂତନ ପ୍ରକଳ୍ପ ଅନୁମୋଦନ ପାଇଁ ଓମ୍ବାଡିସିଙ୍କୁ ପ୍ରେରଣ କରାଯାଇଥିଲାା ଓମ୍ବାଡିସି ବୋର୍ଡ କମିଟି ଦ୍ୱାରା ଗୃହୀତ ହୋଇଥିଲା ଏବଂ ୫୩୩ କୋଟି ୪୦ ଲକ୍ଷ ଟଙ୍କା ଓମ୍ବାଡିସି ବୋର୍ଡ ଦା୍ୱ ରା ସର୍ବସମ୍ମତି କ୍ରମେ ଗୃହ ୀତ ହୋଇଥିଲାା ଏହା ଦ୍ୱାରା ଆଦିବାସୀ ଓ ଉପାନ୍ତ ଅଞ୍ଚଳ ରେ ଛାତ୍ରଛାତ୍ରୀ ଆନନ୍ଦଦାୟକ ଶିକ୍ଷା ପାଇପାରିବୋ
ବୈଠକର ନିଷ୍ପତ୍ତି ଅନୁଯାୟୀ ଅନୁଗୋଳ ଜିଲ୍ଲାର ୧୬ଟି ସ୍କୁଲ ପାଇଁ ୯ କୋଟି ୬୦ ଲକ୍ଷ ଟଙ୍କା, ଦେବଗଡ଼ର ୪୭ ସ୍କୁଲ ପାଇଁ ୨୮ କୋଟି ୨୦ ଲକ୍ଷ ଟଙ୍କା, ଢେଙ୍କାନାଳ ଜିଲ୍ଲାର ୧୭ଟି ସ୍କୁଲ ପାଇଁ ୧୦ କୋଟି ୨୦ ଲ କ୍ଷ ଟଙ୍କା, ଯାଜପୁର ଜିଲ୍ଲାର ୧୯୫ ସ୍କୁଲ ପାଇଁ ୧୧୭ କୋଟି ଟଙ୍କା, ଝାର ସୁଗୁଡ଼ା ଜିଲା୍ଲର ୮୦ଟି ସ୍କୁଲ ପାଇଁ ୪୮ କୋଟି ଟଙ୍କା, ମୟୂରଭଞ୍ଜ ଜିଲ୍ଲାର ୩୩୯ଟି ସ୍କୁଲ ପାଇଁ ୨୦୩ କୋଟି ୪୦ ଲକ୍ଷ ଟଙ୍କା ଏବଂ ସୁନ୍ଦରଗଡ଼ ଜିଲ୍ଲାର ୧୯୫ଟି ସ୍କୁଲ ପାଇଁ ୧୧୭ କୋଟି ଟଙ୍କା ହାଇସ୍କୁଲ ରୂପାନ୍ତରୀକରଣ ପାଇଁ ମଂଜୁର ହୋଇଛିା ପ୍ରତି ସ୍କୁଲ ପାଇଁ ୬୦ ଲକ୍ଷ ଟଙ୍କାର ବ୍ୟୟ ଅଟକଳ କରାଯାଇଥିବାବେଳେ ଏହି ସ୍କୁଲଗୁଡ଼ିକରେ ସ୍ମାର୍ଟ କ୍ଲାସରୁମ , ବିଜ୍ଞାନାଗାର, ଇ-ପାଠାଗାର, ସ୍କୁଲ ପରିବେଶର ଉନ୍ନତିକରଣ, ପୁରାତନ ଛାତ୍ର ସଂଘ ଏବଂ ସ୍କୁଲ ପରିଚାଳନା କମିଟି ଦ୍ୱାରା ସ୍କୁଲ ପରିଚାଳନା ଓ ପିଲାମାନଙ୍କ ଦକ୍ଷତା ବିକାଶ ପରିଚାଳନା ଆଦି ଏହି ଅର୍ଥରୁ ଭରଣା କରାଯିବା ସେହିପରି ସ୍ମାର୍ଟ ବୋର୍ଡ, ଡିଜିଟାଲ୍ କ୍ଲାସ୍ ରୁମ୍ ପାଇଁ ଆବଶ୍ୟକୀୟ ଉପକରଣ ପରି ଆଇ.ସି.ଟି ଉପକରଣ, ସ୍କୁଲ ମୁଖ୍ୟଦ୍ୱାରର ପରିବର୍ତ୍ତନ, ଖେଳପଡ଼ିଆର ଉନ୍ନତିକରଣ, ପାଠ୍ୟଖସଡ଼ାର ଉନ୍ନତିକରଣ, ନବମ ଓ ଦଶମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ତାଲିମ ଆଦି ପାଇଁ ମଧ୍ୟ ଏହି ଅର୍ଥ ଖର୍ଚ୍ଚ କରାଯିବା ଗୋଷ୍ଠୀ ସଂପୃକ୍ତିକରଣ ଏବଂ ପୁରାତନ ବିଦ୍ୟାର୍ଥୀଙ୍କ ସହ ସ୍କୁଲ କମିଟିର ଯୋଗାଯୋଗ ମାଧ୍ୟମରେ ଏହି କାର୍ଯ୍ୟକ୍ରମଗୁଡ଼ିକର ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତ କରାଯିବା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ମାନସସନ୍ତାନ ୫- "ଟି' କାର୍ଯ୍ୟକ୍ରମ ଅନ୍ତର୍ଗତ ଏହି ରୂପାନ୍ତରୀକରଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ପ୍ରକାଶ କରିଛନ୍ତିା ଏହି ରୂପାନ୍ତରୀକରଣ କାର୍ଯ୍ୟକ୍ରମ ଦ୍ୱାରା ରାଜ୍ୟର ଶିକ୍ଷାକ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆସିବ ବୋଲି ସମସ୍ତ ଉପସ୍ଥିତ ସଭ୍ୟସଭ୍ୟା ମତବ୍ୟକ୍ତ କରିଥିଲୋ ଏହି କାର୍ଯ୍ୟଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ତ୍ୱରିତ କାର୍ଯ୍ୟକାରୀ କରିବାକୁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସାହୁ ସମସ୍ତ ଜିଲ୍ଲାପାଳଙ୍କୁ ଅନୁରୋଧ କରିଛନ୍ତିା
ଏହି ବୈଠକରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ମୋନା ଶର୍ମା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଶାସନ ସଚିବ ଶ୍ରୀ ଭାସ୍କରଜ୍ୟୋତି ଶର୍ମା, ଓଡ଼ିଶା ସ୍କୁଲ ଶିକ୍ଷା କର୍ତ୍ତୃପକ୍ଷ ର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା ପ୍ରମୁଖ ଉପସ୍ଥିତ ଥିଲୋ
ରାଜ୍ୟ
ସ୍କୁଲ ରୂପାନ୍ତରୀକରଣ: ଓମ୍ବାଡିସି ପାଣ୍ଠିରୁ ୫୩୩ କୋଟି ୪୦ ଲକ୍ଷ ଟଙ୍କାର ପ୍ରକଳ୍ପ ମଂଜୁରୀ
- Hits: 431