ହେଡଲାଇନସ୍:

ନିରନ୍ତର ବର୍ଜ୍ୟବସ୍ତୁ ପରିଚାଳନା :ପୌରସଂସ୍ଥା ଏବଂ ୩୩ ଗୋଟି ଆଇ.ଟି.ଆଇ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର (ଶାସକ ପ୍ରଶାସକ) : ରାଜ୍ୟର ୧୧୪ ଟି ପୌରାଚଂଳରେ ପ୍ରତିଷ୍ଠା କରାଯାଇଥିବା ସମ୍ପଦ କେନ୍ଦ୍ର ଏବଂ ଜୈବିକ ଖତ କେନ୍ଦ୍ର ମାନଙ୍କରେ ବ୍ୟବହୃତ ହେଉଥିବା ସରଞ୍ଜାମ ଗୁଡିକର ରକ୍ଷଣା ବେକ୍ଷଣ ଓ ମରାମତି ସହିତ ନିରନ୍ତର ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ସମସ୍ତ ପୌରସଂସ୍ଥା ଗୁଡିକ ଏବଂ ୩୩ ଗୋଟି ଆଇ.ଟି.ଆଇ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି ।
ଏ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟ ପଞ୍ଚାୟତିରାଜ, ପାନୀୟଜଳ, ଆଇନ ତଥା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଥିଲେ " ୫-ଟି ମନ୍ତ୍ର ଆଧାରରେ ବିଗତ କିଛି ବର୍ଷ ମଧ୍ୟରେ ସହରାଚଂଳ ମାନଙ୍କରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ସମ୍ପଦ କେନ୍ଦ୍ର ପ୍ରତିଷ୍ଠା , ମାଇକ୍ରୋ କମ୍ପୋଷ୍ଟ କେନ୍ଦ୍ର ପ୍ରତିଷ୍ଠା ଏବଂ ମିଶନ ଶକ୍ତିର ମହିଳା ସ୍ୱୟଂସହାୟକ ଗୋଷ୍ଠାମାନଙ୍କ ଦ୍ୱାରା ଏହି ସବୁ କେନ୍ଦ୍ର ଗୁଡିକର ପରିଚାଳନା କରାଇ ଓଡିଶା ଦେଶର ଏକ ଅଗ୍ରଣୀ ରାଜ୍ୟ ଭାବେ ପରିଗଣିତ ହୋଇଛି । ଏହି ସବୁ କେନ୍ଦ୍ରଗୁଡିକର ସୁପରିଚାଳନା ପାଇଁ ବ୍ୟାଟେରି ଚାଳିତ ଗାଡି ଓ ଅନ୍ୟାନ୍ୟ ଯନ୍ତ୍ରପାତିର ଆବଶ୍ୟକତା ରହିଛି । ସେହି ସବୁ ଗାଡି ଓ ଯନ୍ତ୍ରପାତି ଗୁଡିକର ନିୟମିତ ରକ୍ଷଣା ବେକ୍ଷଣ ଜରୁରୀ ଯାହା ସେହି କମ୍ପାନୀମାନେ ଠିକ୍ ସମୟରେ ଏବଂ ସ୍ଥାନୀୟ ଭାବେ ଯୋଗାଇବା ସମ୍ଭବ ହେଉ ନାହିଁ । ଏହି ସବୁ ଗାଡି ଏବଂ ଯନ୍ତ୍ରପାତି ଗୁଡିକର ରକ୍ଷଣା ବେକ୍ଷଣକୁ ସହଜ କରିବା ପାଇଁ ଆମର ନଗର ଉନ୍ନୟନ ବିଭାଗ ଏବଂ ଦକ୍ଷତା ବିକାଶ ଓ ବୈଷୟୀକ ଶିକ୍ଷା ବିଭାଗର ନିର୍ଦ୍ଦେଶାଳୟ ସ୍ଥରରେ ବୁଝାମଣା ସ୍ୱାକ୍ଷରିତ ହୋଇଛି । ସେହିପରି ରାଜ୍ୟରେ ଥିବା ସମସ୍ତ ପୌରାଚଂଳ ଓ ଆ.ଟି.ଆଇ ମାନଙ୍କ ମଧ୍ୟରେ ମଧ୍ୟ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଏହି ଏମଓୟୁ ସ୍ୱାକ୍ଷର ହେବା ଦ୍ୱାରା ପୌରାଞ୍ଚଳସ୍ତରୀୟ ଭାଗିଦାରୀ ହେବା ସହ ଆଇଟିଆଇ ଗୁଡିକ ମରାମତି ଏବଂ ରକ୍ଷଣାବେକ୍ଷଣ କରିବେ। ସମ୍ପଦ କେନ୍ଦ୍ରରେ ଯନ୍ତ୍ରପାତି ଏବଂ ଯାନବାହାନ ଏବଂ ଆଇଟିଆଇରେ ଛାତ୍ର ଏବଂ ପ୍ରଶିକ୍ଷକଙ୍କ ଦକ୍ଷତା ବୃଦ୍ଧିରେ ସହାୟକ ହେବ | ନିଜସ୍ୱ ଉପଲବ୍ଧ ସମ୍ବଳରେ ଏହି ବ୍ୟବସ୍ଥା କରାଯିବା ସହିତ ଆଇ.ଟି.ଆଇ ଗୁଡିକର ସ୍ଥାୟୀ ଆର୍ଥିକ ଆୟ ହୋଇପାରିବ”
ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଦକ୍ଷତା ବିକାଶ ଏବଂ ଵୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଏହି ପଦକ୍ଷେପକୁ ସ୍ୱାଗତ କରିବା ସହ ଏହା ଦ୍ୱାରା ପୌରସଂସ୍ଥା ଓ ଆଇଟିଆଇ ମଧ୍ୟରେ ପାରସ୍ପରିକ ସହଯୋଗ ବୃଦ୍ଧିପାଇବା ସହ ଆଇଟିଆଇ ଗୁଡିକର ଦକ୍ଷତା ଓ ଆର୍ଥିକ କ୍ଷମତା ବୃଦ୍ଧିରେ ସହାୟକ ହୋଇପାରିବ |"
ଏହି କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ପ୍ରମୁଖ ଶାସନ ସଚିବ ଜି ମାଥିଭଥନନ, ନିର୍ଦ୍ଦେଶକ ପୌର ପ୍ରଶାସନ ସଂଗ୍ରାମଜିତ ନାୟକ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ | ଏହି କାର୍ଯ୍ୟକ୍ରମ ଅବସରରେ ରାଜ୍ୟର ୧୧୪ ପୌରାଚଂଳ ସହିତ ୩୩ ଟି ଆଇ.ଟି.ଆଇ ସହବନ୍ଧିତ ହୋଇଛନ୍ତି । ଜିଲ୍ଲା ସ୍ତରରେ ଜିଲ୍ଲାପାଳ ମାନଙ୍କ ଉପସ୍ଥିତିରେ ମ୍ୟୁନିସପାଲିଟି ଓ ଏନ୍‌.ଏ.ସି ଗୁଡିକର ନିର୍ବାହୀ ଅଧିକାରୀ , ମହାନଗର ନିଗମଗୁଡିକର କମିଶନର କିମ୍ବା ତାଙ୍କ ପ୍ରତିନିଧି ମାନେ ଆଇ.ଟି.ଆଇ ଅଧ୍ୟକ୍ଷ ମାନଙ୍କ ସହିତ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି । ଏହା ଫଳରେ ରାଜ୍ୟର ସହରାଚଂଳମାନଙ୍କରେ ବର୍ଜ୍ୟ ବସ୍ତୁ ପରିଚାଳନା କ୍ଷେତ୍ରରେ ବୈପ୍ଲବିକ ପରିବର୍ତନ ଆସିପାରିବ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ସ୍ୱପ୍ନ “ସ୍ୱଚ୍ଛ ଓଡିଶା ସୁସ୍ଥ ଓଡିଶା” କୁ ସାକାର କରାଯାଇ ପାରିବ

0
0
0
s2sdefault