ଭୁବନେଶ୍ୱର (ଶାସକ ପ୍ରଶାସକ) ଭାରତୀୟ ରେଳପଥ ଷ୍ଟୋର ସର୍ଭିସ୍ (ଆଇଆରଏସଏସ) 2013 ବ୍ୟାଚର ଅଧିକାରୀ ଶ୍ରୀ ବିଶ୍ୱଜିତ୍ ସାହୁ ପୂର୍ବ ତଟ ରେଳପଥର ନୂତନ ମୁଖ୍ୟ ଜନ ସମ୍ପର୍କ ଅଧିକାରୀ (ସିପିଆରଓ) ଭାବରେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି | ମରିସସ୍ ରେଳବାଇକୁ ଡେପୁଟେସନରେ ବିଦେଶ ଯାଉଥିବା ବିଦାୟୀ ମୁଖ୍ଯ ଜନ ସଂପର୍କ ଅଧିକାରୀ (ସିପିଆରଓ) ତଥା ଭାରତୀୟ ରେଳବାଇ ମେକାନିକାଲ ଇଂଜିନିୟରିଂ ସେବା ଅଧିକାରୀ କୋୖଶଳେନ୍ଦ୍ର କିଶୋର ଖାଡ଼ଙ୍ଗାଙ୍କ ଠାରୁ ଦାଇତ୍ୱ ଗ୍ରହଣ କରିଛନ୍ତି |
ମୁଖ୍ୟ ଜନ ସମ୍ପର୍କ ଅଧିକାରୀ ଭାବରେ ଦାଇତ୍ୱ ଗ୍ରହଣ କରିବା ପୂର୍ବରୁ ଶ୍ରୀ ସାହୁ ପୂର୍ବତଟ ରେଳପଥ ମୁଖ୍ୟାଳୟଠାରେ ଉପ ମୁଖ୍ୟ ଭଣ୍ଡାର ପ୍ରବନ୍ଧକ ଭାବରେ କାର୍ଯ୍ୟ କରୁଥିଲେ | ରେଳବାଇର କାର୍ଯ୍ୟ ସମ୍ପାଦନାରେ ସାମଗ୍ରୀ ପରିଚାଳନାରେ ତାଙ୍କର ଅଭିଜ୍ଞତା ରହିଛି | ସେ ବିଶାଖାପାଟନମ ଠାରେ ସିନିୟର ମ୍ୟାଟେରିଆଲ୍ ମ୍ୟାନେଜର ଓ ଡିଭିଜନାଲ ମ୍ୟାଟେରିଆଲ୍ ମ୍ୟାନେଜର ଏବଂ ଭୁବନେଶ୍ୱରର ମଞ୍ଚେଶ୍ୱର ଠାରେ ଥିବା ରେଳ ଡବା ମରାମତି କାରଖାନା ଠାରେ ସିନିୟର ମ୍ୟାଟେରିଆଲ୍ ମ୍ୟାନେଜର ଭାବରେ କାର୍ଯ୍ୟ କରିଛନ୍ତି |
ଭୁବନେଶ୍ୱରସ୍ଥିତ କଲେଜ ଅଫ୍ ଇଂଜିନିୟରିଂ ରୁ ବି.ଟେକ ଏବଂ ଆଇ.ଆଇ.ଟି. କାନପୁରରୁ ଏମ.ଟେକ୍ ଡିଗ୍ରୀ ହାସଲ କରିବା ପରେ ଶ୍ରୀ ସାହୁ 2015 ରେ ଭାରତୀୟ ରେଳବାଇରେ ଯୋଗ ଦେଇଛନ୍ତି | ସେ ଓଡ଼ିଶାର ଦେବଗଡ଼ ଜିଲ୍ଲା ବୁଢାପାଳ ନିବାସୀ ପୁରୁଷୋତ୍ତମ ସାହୁଙ୍କ ସୁପୁତ୍ର ଅଟନ୍ତି |ଶ୍ରୀ ସାହୁ ବହି ପଢିବା ଓ କ୍ରୀଡାରେ ରୁଚି ରଖନ୍ତି ।
ରାଜ୍ୟ
ବିଶ୍ୱଜିତ୍ ସାହୁ ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନ ସମ୍ପର୍କ ଅଧିକାରୀ
- Hits: 359