ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ଠାରେ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ଗଜପତିଙ୍କ ଅଧ୍ୟକ୍ଷତାରେ ୭୦ ତମ ଜିଲ୍ଲାସ୍ତରୀୟ ଗୋ- ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।
ଗଜପତି ଜିଲ୍ଲା ପ୍ରାଣୀ ସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼. ଶ୍ରୀନିବାସ ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡା ଯୋଗ ଦେଇ ଗୋ-ପୂଜନ ଓ ଗୋ-ବତ୍ସା ପ୍ରଦର୍ଶନୀକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।
ମୁଖ୍ୟବକ୍ତା ଭାବେ ଓଡ଼ିଶା ସାହିତ୍ୟ ଏକାଡେମୀର ସଦସ୍ୟ ଶ୍ରୀଯୁକ୍ତ ବିଚିତ୍ରାନନ୍ଦ ବେବର୍ତ୍ତା , ସମ୍ମାନୀୟ ଅତିଥି ଭାବେ ଉତ୍କଳ ଗୋ-ମଙ୍ଗଳ ବିକାଶ ପରିଷଦର ସଭାପତି ଶ୍ରୀଯୁକ୍ତ ହୃଷିକେଶ ଗୌଡ ଯୋଗ ଦେଇଥିଲେ।
କାର୍ଯ୍ୟକ୍ରମ ପ୍ରାରମ୍ଭରେ ଗୋ ମାତା ପୂଜନ କରାଯାଇଥଲା। ଅତିଥି ମାନଙ୍କ ଦ୍ବାରା ଗୋ-ବତ୍ସା ପରିଦର୍ଶନରେ ଭାଗ ନେଇଥିବା ଚାଷୀ ମାନଙ୍କ ମଧ୍ୟରୁ ସଫଳ ଗୋ-ପାଳନ ମାନପତ୍ର ସହିତ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼. ରମାକାନ୍ତ ରଣା , ଅତିରିକ୍ତ ପ୍ରାଣୀ ଚିକିତ୍ସା ଅଧିକାରୀ ଡ଼.ପ୍ରଦୀପ କୁମାର ସାହୁ ଓ ଡ଼.ନାରାୟଣ ମହାପାତ୍ର , ଜିଲ୍ଲା ପ୍ରାଣୀ ଚିକିତ୍ସାଳୟର ଉପ-ନିର୍ଦ୍ଦେଶକ ଡ଼. ବିଧୂତ ଶେଖର ମିଶ୍ର ଏବଂ ୭ ଟି ବ୍ଲକ୍ ର ଗୋଷ୍ଠି ଅଧିକାରୀ , ପ୍ରାଣୀ ଚିକିତ୍ସକ ଓ ପ୍ରାଣୀଧନ ନିରୀକ୍ଷକ ମାନେ ଯୋଗଦେଇଥିଲେ।
ସର୍ବଶେଷରେ ଉପଖଣ୍ଡ ପ୍ରାଣୀ ଚିକିତ୍ସା ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରାଣୀ ଚିକିତ୍ସା ବିଭାଗର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।