ହେଡଲାଇନସ୍:

Breaking : ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର: ସମୁଦାୟ ୧୩୦

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର: ସମୁଦାୟ ୧୩୦ଭୁବନେଶ୍ୱର (ଶାସକ ପ୍ରଶାସକ) :ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ କଠୋର ପଦକ୍ଷେପ ଜାରି ରଖିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଏବେ ଆଉ ୮ ଜଣ ସରକାରୀ ଅଧିକାରୀଙ୍କୁ ସେମାନଙ୍କର ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏହି ୮ ଜଣଙ୍କୁ ମିଶାଇ ବର୍ତ୍ତମନ ସୁଦ୍ଧା ୧୩୦ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରୀରୁ ବହିସ୍କାର କରାଗଲା ।

0
0
0
s2sdefault