ପୁରୀ/ ଅନିମେଶ ପଟ୍ଟନାୟକ : ଯଜ୍ଞ ବେଦ ଶ୍ଲୋକରେ କମ୍ପୁଛି ଶ୍ରୀମନ୍ଦିର ଉତ୍ତର ଦ୍ୱାର ଓ ଏହାର ଆଖପାଖ ଅଞ୍ଚଳ। ଚାଲିଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପୂଜା କର୍ମ। ଆସନ୍ତା କାଲି ଦିଆଯିବ ପୂର୍ଣ୍ଣାହୁତି । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହେବ ପୂର୍ଣ୍ଣାହୁତିର କାର୍ଯ୍ୟକ୍ରମ । ଶ୍ରୀମନ୍ଦିର ଚାରିପଟର ସୌନ୍ଦର୍ଯ୍ୟକରଣର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଆସନ୍ତୁ ଜାଣିବା କଣ ରହିଛି ଏହି ପ୍ରକଳ୍ପର ମୁଖ୍ୟାଂଶ ।
•ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୁରକ୍ଷା କରିଡର ସହ ସବୁଜ ବଳୟ ସୃଷ୍ଟି ଏବଂ ସୌନ୍ଦର୍ଯ୍ୟ କରଣ ।
•ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଭକ୍ତଙ୍କ ପରିକ୍ରମା ନିମନ୍ତେ ଅନ୍ତଃ ଓ ବାହ୍ୟ ପ୍ରଦକ୍ଷିଣ ପଥ ।
•ଚତୁଃପାର୍ଶ୍ୱରେ ଥିବା ମଠ ଏବଂ ମନ୍ଦିର ଗୁଡ଼ିକର ପୁନଃବିକାଶ ।
•ରଥଯାତ୍ରା ଏବଂ ଅନ୍ୟ ଯାନିଯାତ୍ରା ସମୟରେ ବ୍ୟବହାର ପାଇଁ ସ୍ୱତନ୍ତ୍ର ପ୍ରଦକ୍ଷିଣ ପଥ ।
•ଭକ୍ତଙ୍କ ସାମଗ୍ରୀ ରଖିବା ସକାଶେ ୫୦୦ ବର୍ଗମିଟର ପରିମିତ କ୍ଷେତ୍ରରେ ଗୃହ ନିର୍ମାଣ ।
•ଦକ୍ଷିଣ ଓ ପଶ୍ଚିମ ଦ୍ଵାରରେ କ୍ଷୁଦ୍ର ସାମଗ୍ରୀ ରଖିବା ଗୃହ ।
•ଭକ୍ତଙ୍କ ପାଇଁ ସମସ୍ତ ଦ୍ଵାରରେ ସୂଚନା ଓ ଦାନ କେନ୍ଦ୍ର ।
•ସେବାୟତ ତଥା ପୁରୁଷ ଏବଂ ମହିଳା ଭକ୍ତଙ୍କ ନିମନ୍ତେ ସ୍ଵତନ୍ତ୍ର ଶୌଚାଳୟର ବ୍ୟବସ୍ଥା ।
•ତୀର୍ଥଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ଆରକ୍ଷୀ ସେବା କେନ୍ଦ୍ର ।
•ପାନୀୟଜଳ, ପ୍ରାଥମିକ ଚିକିତ୍ସା କେନ୍ଦ୍ର ଏବଂ ଏ.ଟି.ଏମ୍ ଆଦିର ବ୍ୟବସ୍ଥା ।
•ଶ୍ରୀମନ୍ଦିର ପ୍ରଶାସନ ମୁଖ୍ୟ କାର୍ଯ୍ୟାଳୟର ପୁନଃବିକାଶ ।
•ଏକାସାଙ୍ଗରେ ୬୦୦୦ ଭକ୍ତଙ୍କ ସୁବିଧା ନିମନ୍ତେ ଅଭ୍ୟର୍ଥନା ପ୍ରକୋଷ୍ଠ ।
•ପଶ୍ଚିମ ଓ ଦକ୍ଷିଣ ପାର୍ଶ୍ୱରେ ଭକ୍ତଙ୍କ ପାଇଁ ଆଶ୍ରୟସ୍ଥଳୀ ।