ହେଡଲାଇନସ୍:

ମହିଳା ସ୍ନାତକ ମହାବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମାପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଯୁବରେଡ଼କ୍ରସ ସଂସ୍ଥା ତରଫରୁ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି ।
ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼ଃ ରୀନା ସାହୁ ସମ୍ବିଧାନର ପ୍ରଣେତାଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଦେଇ ଉପସ୍ଥିତ ଛାତ୍ରୀମାନଙ୍କୁ ଉଦବୋଧନ ଦେଇ କହିଥିଲେ ଯେ , ପ୍ରତ୍ୟେକ ଦେଶର ସମ୍ବିଧାନ ହେଉଛି ଏହାର ମେରୁଦଣ୍ଡ , ଭାରତର ବୃହତମ ସମ୍ବିଧାନ ଏହାର ନାଗରିକମାନଙ୍କୁ ସମସ୍ତ ଅଧିକାର ପ୍ରଦାନ କରିଥାଏ । ତା'ସହ ଅଧ୍ୟକ୍ଷା ସମ୍ବିଧାନର ମୁଖବନ୍ଧ ବା preamble କୁ ସମସ୍ତ ଛାତ୍ରୀଙ୍କ ସହ ପାଠ କରାଇଥିଲେ ।
ଏ ସମସ୍ତ କାର୍ଯ୍ୟକ୍ରମକୁ ଯୁବ ରେଡ଼କ୍ରସ ଅଧିକାରୀ ସୁଶ୍ରୀ ମଧୁସ୍ମିତା ପ୍ରଧାନ ପରିଚାଳନା କରିବା ସହ ସି.ଏଚ୍. ନିର୍ମଲା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ସଭାରେ ଏଲ୍. ଦୁର୍ଯ୍ୟୋଧନ , ଲାଲୀ ଖଡଗରାଏ ଏବଂ ଏଲ୍. ଅଶୋକ ପ୍ରମୁଖ ଉପସ୍ଥିତ ଥିଲେ ।

0
0
0
s2sdefault