ହେଡଲାଇନସ୍:

ବାଲୁଗାଁ ପିକ୍ ନିକ୍ ଗାଡି ଦୁର୍ଘଟଣା : ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ତିନି ମୃତକ ଛାତ୍ରଙ୍କ ଆତ୍ମୀୟଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ୱର(ଶାସକ ପ୍ରଶାସକ): ଗଞ୍ଜାମ ରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞଳର ତିନି ଜଣ ଛାତ୍ର ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ମାନଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତକ ଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ଏହା ସହିତ ଦୁର୍ଘଟଣା ରେ ଆହତ ଛାତ୍ର ମାନଙ୍କୁ ଉତ୍ତମ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

0
0
0
s2sdefault