ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ବର୍ଷର ଚତୁର୍ଥ ତଥା ଶେଷ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଆଇନ ସେବା ପ୍ରାଧିକରଣ ଓ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଚିଠି ଅନୁଯାଇ ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଗଜପତି ଜିଲ୍ଲା ତଥା ଦୌରାଜଜ୍ ଶ୍ରୀ ସତ୍ୟପିର ମିଶ୍ର ଉପସ୍ଥିତ ରହି ବିଭିନ୍ନ କୋର୍ଟ କାର୍ଯ୍ୟ ତଦାରଖ ସଙ୍ଗେ ସଙ୍ଗେ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ। ପ୍ରାଧିକରଣ ସଚିବ ଶ୍ରୀ ରବି ନାରାୟଣ ବେହେରା ଉପସ୍ଥିତ ରହି କୋର୍ଟ କାର୍ଯ୍ୟ ପରିଚାଳନାରେ ସହଯୋଗ ପ୍ରଦାନ କରିଥିଲେ।
ଆୟୋଜିତ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ବିଭିନ୍ନ ପ୍ରକାରର ବିଚାରଧିନ ଥିବା ମାମଲାରେ ତ୍ୱରିତ ବିଚାର ପାଇଁ ପଦକ୍ଷେପ ସ୍ୱରୂପ ବିଭିନ୍ନ କୋର୍ଟ ବ୍ୟାଞ୍ଚ ମାନ ପ୍ରତିଷ୍ଠା କରାଯାଇଥିଲା। ଲୋକ ଅଦାଲତରେ ପରିବାର ଅଦାଲତ ଜଜ୍ ଶ୍ରୀ ସୁବ୍ରତ ମହାନ୍ତି , ଅତିରିକ୍ତ ଜିଲ୍ଲା ଜଜ୍ ଶ୍ରୀ ହେମନ୍ତ କୁମାର ସେଠୀ , ମୁଖ୍ୟ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ମାନସ ରଞ୍ଜନ ପଣ୍ଡା , ସବ୍ ଜଜ୍ ଶ୍ରୀ ଚନ୍ଦ୍ରହାଶ ବେହେରା , କୋର୍ଟ ରେଜିଷ୍ଟ୍ରାର ଶ୍ରୀ ସତ୍ୟବ୍ରତ ରାଣା , ଉପ ଖଣ୍ଡୀୟ ବିଚାର ବିଭାଗୀୟ ଅଧିକାରୀ ଶୀମତୀ ବର୍ଷା ଶର୍ମା , ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରିଣୀ (ମହିଳା ବିଭାଗ) ସୁଶ୍ରୀ ଶୁଭଲକ୍ଷ୍ମୀ ପ୍ରିୟଦର୍ଶିନୀ ଓ ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ଅରିଜିତ ଦାଶ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ।
ସେହିପରି ଭାବେ ରା.ଉଦୟଗିରି କୋର୍ଟ ଠାରେ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ସବ୍ ଜଜ୍ ଶ୍ରୀ ବିଶ୍ୱେଶର ବିଶ୍ୱ ପ୍ରକାଶ ରାୟ , ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଧିକାରୀ ଶ୍ରୀ ପାରଶ ପାଢୀ , ମୋହନା କୋର୍ଟ ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରିଣୀ ଶ୍ରୀମତୀ ଅନନ୍ୟା ଦାଶ ଓ କାଶିନଗର ଗ୍ରାମ୍ୟ ନ୍ୟାୟଳୟର ପ୍ରଥମ ଶ୍ରେଣୀୟ ବିଚାର ବିଭାଗୀୟ ଅଧିକାରିଣୀ ରେଶମା ଧଳ ବିଶୋୟୀ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ କୋର୍ଟ କାର୍ଯ୍ୟ ସମ୍ପାଦନ କରିଥିଲେ।
ଆୟୋଜିତ ଲୋକ ଅଦାଲତରେ ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ରାଷ୍ଟ୍ରୀୟ ବ୍ୟାଙ୍କର ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହି ବିଭିନ୍ନ ବ୍ୟାଙ୍କ ସମ୍ବନ୍ଧୀୟ ବିଭିନ୍ନ ମାମଲାର ସମାଧାନ ପାଇଁ ଚେଷ୍ଟା କରିଥିଲେ। ଆୟୋଜିତ ଏହି ଲୋକ ଅଦାଲତରେ ଜିଲ୍ଲା କୋର୍ଟ ଓକିଲ ସଂଘ ସଭାପତି ଶ୍ରୀ ରାମନାଥ ମିଶ୍ରଙ୍କ ସମେତ ସମସ୍ତ ବରିଷ୍ଠ ଓକିଲ ବୃନ୍ଦ ଉପସ୍ଥିତ ରହି ବିଭିନ୍ନ କୋର୍ଟରେ ନିଜ ନିଜ କେସ୍ ମକଦ୍ଦମାରେ ସହଯୋଗ ପ୍ରଦାନ କରିଥିଲେ। ଏହି ଲୋକ ଅଦାଲତରେ ସମୁଦାୟ ୫୫୬ ଟି କେସକୁ ବିଚାରକୁ ନିଆଯାଇ ୧୪୫ ଟି ମାମଲାର ତ୍ୱରିତ ସମାଧାନ କରାଯାଇ ୩୩୫୯୨୫୦.୦୦ ଟଙ୍କା ଜରିମାନା ଆଦାୟ କରାଯାଇଥିଲା।
ସେଇପରି ଭାବେ ମାନ୍ୟବର ଜିଲ୍ଲା ଓ ଦୌରାଜଜ୍ ତଥା ମୋଟର ଜନିତ ଦୁର୍ଘଟଣା କୋର୍ଟର ମୁଖ୍ୟ ବିଚାରପତି ଶ୍ରୀ ସତ୍ୟପିର ମିଶ୍ର ୮ ଟି ମୋଟର ଜନିତ ଦୁର୍ଘଟଣା କେସର ତ୍ୱରିତ ସମାଧନ କରି ୫ଟି କେସ୍ ବାବଦକୁ ୨୫୬୦୦୦୦.୦୦ ଟଙ୍କା କ୍ଷତିପୂରଣ ପାଇଁ ଇଂସୁରେନ୍ସ କମ୍ପାନୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଉପସ୍ଥିତ ବ୍ୟାଙ୍କ ମାନେ ଉପସ୍ଥିତ ରହି ୧୪୮ ଟି କେସ୍ ରୁ ୨୯ ଟି ସମାଧାନ କରି ୩୩୮୦୦୦ ଟଙ୍କା ଜରିମାନା ଆଦାୟ କରିଥିଲେ। ଏହି ଲୋକ ଅଦାଲତକୁ ପ୍ରାଧିକରଣର କର୍ମଚାରୀ ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ ପ୍ରଦାନ କରିଥିଲେ।
ରାଜ୍ୟ
ବର୍ଷର ଶେଷ ତଥା ଚତୁର୍ଥ ଲୋକ ଅଦାଲତ : ୨୫୬୦୦୦୦ କ୍ଷତିପୂରଣ ନିର୍ଦ୍ଦେଶ
- Hits: 374