ରାୟଗଡ(ସରୋଜ କୁମାର ସାହୁ) :ରାୟଗଡ ଜିଲ୍ଲା ପରିଷଦର ୭୪ତମ ତଥା ଅନ୍ତିମ ବୌଠକ ଅଧ୍ୟକ୍ଷ ଶ୍ରୀ ଗଙ୍ଗାଧର ପୁଆଲାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକ ମନ୍ତ୍ରୀ ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଓଡିଶା ଶ୍ରୀ ଜଗନ୍ନାଥ ସାରାକା, ରାୟଗଡ ବିଧାୟକ ଶ୍ରୀ ମକରନ୍ଦ ମୁଦୁଲି, ବିଧାୟକ ଗୁଣୁପୁର ଶ୍ରୀ ରଘୁନାଥ ଗମାଙ୍ଗ, ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ମିଶ୍ର, ଲୋକସଭା ସାଂସଦଙ୍କ ପ୍ରତିନିଧି ଶ୍ରୀ ସୁନୀଲ ଚନ୍ଦ୍ର ପଣ୍ଡା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଶ୍ରୀମତୀ ବିଣାପାଣୀ ସାହୁକାର, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ଶ୍ରୀ ରବି ନାରାୟଣ ତ୍ରିପାଠୀ, ଉପ-ଜିଲ୍ଲାପାଳ ରାୟଗଡ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ ଓ ଜିଲ୍ଲା ପରିଷଦର ସଦସ୍ୟ ସଦସ୍ୟା, ପଂଚାୟତ ସମିତି ଅଧ୍ୟକ୍ଷ ଅଧ୍ୟକ୍ଷା ଓ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ । ଏହି ବୈଠକରେ ମୁଖ୍ୟତଃ ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ସାଧାରଣ ବଣ୍ଟନ ବ୍ୟବସ୍ଥା, ଗ୍ରାମ୍ୟଜଳ ଯୋଗାଣ ଓ ପରିମଳ, ଜଳଛାୟା, ଉଠା ଜଳ ସେଚନ, କ୍ଷୁଦ୍ର ଜଳ ସେଚନ, ମହିଳା ଓ ଶିକ୍ଷା ବିକାଶ, ଗ୍ରାମ୍ୟ ଉନ୍ନୟନ ଓ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ବିଭିନ୍ନ କାର୍ଯ୍ୟ ଉପରେ ଆଲୋଚନା କରିଥିଲେ ।
ସ୍ୱାସ୍ଥ୍ୟ ବିଭାଗ ଉପରେ ଆଲୋଚନାରେ ଜିଲ୍ଲା ମୂଖ୍ୟ ଚିକିତ୍ସା ଅଧିକାରୀ ସ୍ୱାସ୍ଥ୍ୟ ବିଭାଗ ତରଫରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ବୈଠକରେ ଉପସ୍ଥାପନା କରିଥିଲେ । ଏହି ବୈଠକରେ ଓମିକ୍ରନ ସଂକ୍ରମଣ ଉପରେ ଆଲୋଚନା କରି ସତର୍କତା ଅବଲମ୍ବନ କରିବାକୁ ଉପସ୍ଥିତ ସଦସ୍ୟ ମାନେ ଅନୁରୋଧ କରିଥିଲେ । ସେହିପରି ଜିଲ୍ଲା ଶିକ୍ଷା ଅଧିକାରୀ ଶିକ୍ଷାର ବିକାଶ ନିମନ୍ତେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ବୈଠକରେ ଉପସ୍ଥାପନା କରିଥିଲେ । ଆଗାମୀ ଦିନରେ ୮୦ ଗୋଟି ବିଦ୍ୟାଳୟକୁ ରୂପାନ୍ତରିତ କରାଯିବ ବୋଲି ଉକ୍ତ ବୈଠକରେ ସେ ପ୍ରକାଶ କରିଥିଲେ । କୃଷି ବିକାଶ ଉପରେ ଆଲୋଚନା ବେଳେ ଜିଲ୍ଲା ମୂଖ୍ୟ କୃଷି ଅଧିକାରୀ ଜିଲ୍ଲାରେ ଖରିଫ ଋତୁ – ୨୦୨୧ ନିମନ୍ତେ ଧାର୍ଯ୍ୟ କରାଯାଇଥିବା ବିଭିନ୍ନ ଫସଲର ବିବରଣୀ, ଜଳ ସେଚନ, ବିହନ ବଣ୍ଟନ, ସାର ୱାରି ଯୋଜନା, କୃଷି ଯନ୍ତ୍ରିକ କରଣର ପଦକ୍ଷେପ ଓ ଅଗ୍ରଗତି ସମ୍ବନ୍ଧରେ ଉପସ୍ଥାପନା କରିଥିଲେ । ସେହିପରି ଉଦ୍ୟାନ କୃଷି ବିଭାଗ ତରଫରୁ ନିଆଯାଇଥିବା କାର୍ଯ୍ୟକ୍ରମ ସମ୍ପର୍କରେ ମଧ୍ୟ ଉକ୍ତ ବୈଠକରେ ଆଲୋଚନା କରାଯାଇଥିଲା । ସେହିପରି ଜିଲ୍ଲା ସାଧାରଣ ବଣ୍ଟନ ବ୍ୟବସ୍ଥାରେ ହିତାଧିକାରୀ ମାନଙ୍କୁ ଦିଆଯାଇଥିବା ଖାଦ୍ୟ, ସ୍ୱାସ୍ଥ୍ୟ ବୀମା ଯୋଜନା, ଅର୍ଥିକ ବର୍ଷ ୨୦୨୦-୨୧ ଓ ୨୦୨୧-୨୨ ର ଧାନ ସଂଗ୍ରହ ଉପରେ ଜିଲ୍ଲା ଯୋଗାଣ ଅଧିକାରୀ ଉପସ୍ଥାପନା କରିଥିଲେ । ଏହା ସହିତ ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ତରଫରୁ ଜିଲ୍ଲାରେ ପାନୀୟ ଜଳ ଯୋଗାଣ, ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ଗମନାଗମନ ପାଇଁ ରାସ୍ତାଘାଟ ନିର୍ମାଣ ଅସଂପୂର୍ଣ୍ଣ କାମକୁ ତୁରନ୍ତ ସଂପୂର୍ଣ୍ଣ କରିବା ଉପରେ ଉପସ୍ଥିତ ସଦସ୍ୟ ମାନେ କହିଥିଲେ । ଉକ୍ତ ବୈଠକରେ ଜିଲ୍ଲା ସମାଜ କଲ୍ୟାଣ ବିଭାଗ, ଜଳଛାୟା ବିଭାଗ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା ।