ଭୁବନେଶ୍ୱର (ଶାସକ ପ୍ରଶାସକ) :ରାଜ୍ୟସରକାର ଆଜି ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି । ବରିଷ୍ଠ ଆଇଏଏସ ତଥା କୃଷି ଉତ୍ପାଦନ କମିଶନର ସହ ସ୍ୱାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟରତ ରାଜ କୁମାର ଶର୍ମାଙ୍କୁ ସ୍ୱାସ୍ଥ୍ୟ ଓ ପରିବାରକଲ୍ୟାଣ ବିଭାଗର ପୂର୍ଣ୍ଣକାଳୀନ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର | ଏହା ସହିତ ଓଏସ୍ଏମ୍ସିଏଲ୍ର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ଶ୍ରୀ ଶର୍ମା | ସେହିପରି ଘରୋଇ ବିଭଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ସଞ୍ଜୀବ ଚୋପ୍ରାଙ୍କୁ କୃଷି ଉତ୍ପାଦନ କମିଶନର ଭାବେ ନିକୁକ୍ତ କରାଯାଇଥିବା ବେଳେ ଘରୋଇ ବିଭାଗ, ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି | ସେହିପରି ରାଜସ୍ବ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀଙ୍କୁ ସ୍କୁଲ ଓ ଗଣ ଶିକ୍ଷା ବିଭାଗ ପ୍ରମୁଖ ସଚିବ ସହ ଭାବେ ଅବସ୍ଥାପିତ କରାଯାଇଥିବା ବେଳେ ବାଣିଜ୍ୟ - ପରିବହନ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରାଯାଇଛି | ବାଣିଜ୍ୟ - ପରିବହନ ବିଭାଗ ପ୍ରମୁଖ ସଚିବ ଥିବା ମଧୁସୂଦନ ପାଢ଼ୀଙ୍କୁ ଓଡ଼ିଆ ଭାଷା. ସାହିତ୍ୟ ଓ ସସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ଭାବେ ନିଯୁକ୍ତି ମିଳିଛି |
ଏମଏସଏମଇ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ସହ ଅତିରିକ୍ତ ଭାବେ ସ୍କୁଲ ଓ ଗଣ ଶିକ୍ଷା ବିଭାଗଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ସଚିବ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର |
ଏସସି ଏବଂ ଏସଟି ବିଭାଗ ଦାୟିତ୍ୱରେ ଥିବା ରଞ୍ଜନା ଚୋପ୍ରାଙ୍କୁ ନିଜ ବିଭାଗ ସହ ଏମ୍ଏସ୍ଏମ୍ଇ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଥିବା ବେଳେ ସୁରେଶ କୁମାର ବଶିଷ୍ଠଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସ୍ଡି, ଭାସ୍କର ଜ୍ୟୋତି ଶର୍ମାଙ୍କୁ ମହିଳା ଓ ଶିଶୁ ବିଭାଗର ଅତିରିକ୍ତ ଦାୟିତ୍ୱ, ଭୁପେନ୍ଦ୍ର ସିଂ ପୁନିଆଙ୍କୁ ଇଡ୍କୋ ଓ ଚଳଚ୍ଚିତ୍ର ଉନ୍ନୟନ ନିଗମର ଏମ୍ଡି ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି | ସେହିପରି ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଭାବେ କାର୍ଯ୍ୟରତ ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ଭାବେ ଇପିକଲ୍ ଓ ଇଡ୍କୋ ଅଧ୍ୟକ୍ଷ ଦାୟିତ୍ୱ ସହିତ ଏସ୍ଡିଆଣ୍ଡଟିଇ ବିଭାଗ ପ୍ରମୁଖ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି |
ରାଜ୍ୟ
ଆଇଏଏସ ସ୍ତରରେ ଅଦଳବଦଳ : ଶର୍ମା ସ୍ୱାସ୍ଥ୍ୟ ବିଭାଗର ପୂର୍ଣ୍ଣକାଳୀନ ଅତିରିକ୍ତ ମୁଖ୍ୟ ଶାସନ ସଚିବ
- Hits: 837