ହେଡଲାଇନସ୍:

୧୪ ରୁ ୧୭ ଯାଏ ବନ୍ଦ ରହିବ ନୃସିଂହନାଥ ମହାପ୍ରଭୁଙ୍କ ମନ୍ଦିର

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ବରଗଡ :- ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥ କ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ମନ୍ଦିର ଆସନ୍ତା ୧୪ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ମାନଙ୍କର ଦର୍ଶନ ନିମନ୍ତେ ବନ୍ଦ ରହିବ । କୋରୋନା ସଂକ୍ରମଣ କ୍ରମାଗତ ଭାବରେ ବୃଦ୍ଧି ପାଉଥିବା କାରଣରୁ ମନ୍ଦିର ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଥିବା ମନ୍ଦିର ଟ୍ରଷ୍ଟ ବୋର୍ଡ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପୁରୁଷୋତ୍ତମ ପ୍ରଧାନ ଜଣାଇଛନ୍ତି । ଏହି ବନ୍ଦ ସମୟରେ କେବଳ ମହାପ୍ରଭୁଙ୍କ ନିତିଦିନିଆ ରୀତିନୀତି ସଂପନ୍ନ କରାଯିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

0
0
0
s2sdefault