ହେଡଲାଇନସ୍:

ହାରିବା ଭୟରେ ନିର୍ବାଚନୀ ହିଂସା କରୁଛି ବିଜେପି: ବିଜେଡି

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 
  • ଧର୍ମେନ୍ଦ୍ରଙ୍କ ଟୁଇଟର ଜବାବ ଦେଲେ ପ୍ରଣବ

  • ଅହିଂସାରେ ବିଶ୍ୱାସ କରେ ବିଜେଡି

  • ବିଜେପି ବିଧାୟକ ଓ ସାଂସଦଙ୍କ ହିଂସା ପ୍ରସଙ୍ଗ ଉଠାଇଲେ

ଭୁବନେଶ୍ୱର: ବିଜେଡି ସବୁ ବେଳେ ଅହିଂସାରେ ବିଶ୍ୱାସ କରେ ଏବଂ ଶାନ୍ତିପୂର୍ଣ ନିର୍ବାଚନ ଦ୍ୱାରା ହିଁ ଗଣତନ୍ତ୍ରକୁ ସୁଦୃଢ କରାଯାଇ ପାରିବ ବୋଲି କହିଛନ୍ତି ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଏବଂ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ।
ନିର୍ବାଚନୀ ହିଂସାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟୁଇଟ୍‍ର ଜବାବ ଦେଇ ଶ୍ରୀ ଦାସ କହିଛନ୍ତି ଯେ ଦୁଃଖର କଥା ହେଉଛି ଓଡିଶାର ପ୍ରମୁଖ ବିରୋଧୀ ଦଳ ବିଜେପି, ଚଳିତ ପଞ୍ଚାୟତ ନିର୍ବାଚନରେ ହାରିବା ଭୟରେ ନିର୍ବାଚନୀ ହିଂସା କରୁଛି । ବିଜେପି ବିଧାୟକ ଶ୍ରୀ ଜୟନାରାୟଣ ମିଶ୍ର ସରକାରୀ କର୍ମଚାରୀଙ୍କୁ ଧମକାଉଛନ୍ତି । ବିଜେପି ନେତା ଓ କର୍ମୀମାନେ ଗଜପତି ଓ ପିପିଲିରେ ବିଜେଡି ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କୁ ଆକ୍ରମଣ କରି ରକ୍ତାକ୍ତ କରିଛନ୍ତି । କୋରାପୁଟ, ସାଲେପୁର, ବ୍ରହ୍ମଗିରି, କଣାସ, ଢେଙ୍କାନାଳ ଏବଂ ଆହୁରି ଅନେକ ଜିଲ୍ଲାମାନଙ୍କରେ ବିଜେପି ନିର୍ବାଚନୀ ହିଂସା କରିଛି ।
ଏହା ପୂର୍ବରୁ ବିଜେପି ସାଂସଦ ଶ୍ରୀ ଜୁଏଲ ଓରାମ ଜଣେ ମହିଳାଙ୍କ ସହ ଅସଦାଚରଣ କରିବା ଓ କେନ୍ଦ୍ର ମନ୍ତ୍ରୀ ଶ୍ରୀ ବିଶେଶ୍ୱର ଟୁଡୁ ସରକାରୀ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ତାଙ୍କ ହାତ ଭାଙ୍ଗି ଦେବା ଭଳି ଘଟଣା ବିଜେପିର ହିଂସା ପ୍ରବଣତାକୁ ଦର୍ଶାଇ ଥିଲା । ବିଜେଡି ଆଶା କରୁଛି ଯେ ବିଜେପି ହିଂସାରୁ ନିବୃତ୍ତତ୍ତରହି ଏହି ଗଣତନ୍ତ୍ରର ପର୍ବକୁ ଅହିଂସା ଦ୍ୱାରା ସୁଦୃଢ କରିବ ବୋଲି ଶ୍ରୀ ଦାସ କହିଛନ୍ତି ।

0
0
0
s2sdefault