ହେଡଲାଇନସ୍:

ବୁଧବାର ରୁ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସମ୍ଭାବନା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର, : ବୁଧବାର ଅପରାହ୍ଣରୁ ଉପକୂଳ ଓଡ଼ିଶାର କେତେକ ଜିଲ୍ଲା ଏବଂ ଏହାରସଂଲଗ୍ନ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଉଭୟ ବଙ୍ଗୋପ ସାଗର ଏବଂ ଆରବ ସାଗର ଆଡୁ ଓଡ଼ିଶା ଆଡକୁ ମୁହାଁଉଥିବା ଆଦ୍ରତାର ବୃଦ୍ଧି ଯୋଗୁଁ ଦିନର ତାପମାତ୍ରା ବୃଦ୍ଧି ପାଇବ ଯେଉଁ କାରଣରୁ ଏଭଳି ପାଣିପାଗ ସୃଷ୍ଟି ହେବ ବୋଲି ସିଇସି ପକ୍ଷରୁ କୁହାଯାଇଛି ।
ଏହା ଦ୍ୱାରା ଢେ଼ଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକ ପ୍ରଭାବିତ ହେବାର ସମ୍ଭାବନା ରହିଛି ।
ଏଭଳି ପାଣିପାଗ ସହ ପଶ୍ଚିମା ଝଡର ମିଶ୍ରଣ ଯୋଗୁଁ ଫେବୃଆରୀ ୨୬ ତାରିଖରୁ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଫେବୃଆରୀ ୨୮ ଓ ମାର୍ଚ୍ଚ ୧ ତାରିଖକୁ ଛାଡ଼ିଦେଲେ ମାର୍ଚ୍ଚ ପ୍ରଥମ ସପ୍ତାହରେ ବର୍ଷା ଜାରୀ ରହିବ ବୋଲି ସିଇସି ପକ୍ଷରୁ କୁହାଯାଇଛି |

0
0
0
s2sdefault