ହେଡଲାଇନସ୍:

ମାର୍ଚ୍ଚ ୧୩ ପରେ ଓଡ଼ିଶାର ଦିନ ତାପମାତ୍ରା ବୃଦ୍ଧି ପାଇପାରେ : ସିଇସି

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ଆରବ ସାଗର ଆଡୁ ପୂର୍ବ ଭାରତ ଆଡକୁ ପ୍ରବାହିତ ହେଉଥିବା ଆର୍ଦ୍ର ବାୟୁ ବନ୍ଦ ହେବାଯୋଗୁଁ ଓ ଏକ ଅପର ଏୟାର ଟ୍ରଫ୍ ପୂର୍ବ ଦିଗକୁ ଗତି କରିବା ସମ୍ଭାବନା ଥିବାରୁ ମାର୍ଚ୍ଚ ୧୩ରୁ ଓଡ଼ିଶାରେ ଦିନର ତାପମାତ୍ରା ବୃଦ୍ଧି ପାଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ଶନିବାର କୁହାଯାଇଛି ।
କେନ୍ଦ୍ର ପକ୍ଷରୁ ଏକ ବୁଲେଟିନ୍‌ରେ କୁହାଯାଇଛି ଯେ ରାଜ୍ୟର କେତେକ ସ୍ଥାନରେ ୩୭ରୁ ୩୯ ଡିଗ୍ରୀ ସେଲ୍‌ସିୟସ୍ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇପାରେ ।
ବର୍ତମାନ ଉପକୂଳ ଓଡ଼ିଶାର ତାପମାତ୍ରା ୩୩ ରୁ ୩୫ ଡିଗ୍ରୀ ସେଲ୍‌ସିୟସ୍ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକର ୩୫ ରୁ ୩୭ ଡିଗ୍ରୀ ସେଲ୍‌ସିୟସ୍ ରହିଥିବା ବେଳେ ଏହା ମାର୍ଚ୍ଚ ୧୨ ପର୍ଯ୍ୟନ୍ତ ଅପରିବର୍ତିତ ରହିବ ବୋଲି ବୁଲେଟିନ୍‌ରେ କୁହାଯାଇଛି । ଆରବ ସାଗରରୁ ପ୍ରବାହିତ ହେଉଥିବା ଆର୍ଦ୍ର ବାୟୁ ନିମନ୍ତେ ଏହି ତାପମାତ୍ରା ବୃଦ୍ଧି ପାଇ ନାହିଁ ।

0
0
0
s2sdefault