ହେଡଲାଇନସ୍:

ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜନ୍ମ ଜୟନ୍ତୀ ପାଳିତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡିଶାର ଗର୍ବ ଓ ଗୌରବ ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜନ୍ମ ଜୟନ୍ତୀ ଓ ପଞ୍ଚାୟତରାଜ ଦିବସ ଅବସରରେ ଗଜପତି ଜିଲ୍ଲା ବିଜୁ ଜନତା ଦଳ ତରଫରୁ ବିଜୁ ଜୟନ୍ତୀ ପାଳିତ ହୋଇଯାଇଛି ।
ଏହି ଅବସରରେ ପାରଳାଖେମୁଣ୍ଡି ସ୍ଥିତ ହାଇସ୍କୁଲ ଛକ ନିକଟରେ ଥିବା ପ୍ରବାଦ ପୁରୁଷ ସ୍ଵର୍ଗତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ସ୍ମୃତିଚାରଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ପ୍ରଦୀପ କୁମାର ନାୟକ, ତିରୁପତି ପାଣିଗ୍ରାହୀ , ବରିଷ୍ଠ ନେତା ବସନ୍ତ ଦାସ , ଜିଲ୍ଲା ବିଜେଡି ଉପସଭାପତି ଲକ୍ଷ୍ମୀକାନ୍ତ ପରିଚ୍ଛା, ପାରଳା ବିଜେଡି ନଗର ସଭାପତି ସୂର୍ଯ୍ୟ ନାରାୟଣ ରାଜଗୁରୁ , ଜମିଦାର ପଟ୍ଟନାୟକ ପ୍ରମୁଖଙ୍କ ସମେତ ବହୁ ନେତା ଓ କର୍ମୀ ଉପସ୍ଥିତ ରହିଥିଲେ।

0
0
0
s2sdefault